ହିନ୍ଦୀ ସହ ଆଞ୍ଚଳିକ ଭାଷାର ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୫।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବୈଠକ ଏବଂ ରାଜଭାଷା ପଖୱାଡା-୨୦୨୨ର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏସ୍‌ବିଆଇର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରୈମାସିକ ବୈଠକରେ ବ୍ୟାଙ୍କର ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। ଏହି ଅବସରରେ ଏସ୍‌ବିଆଇର ମହାପ୍ରବନ୍ଧକ ନେଟ୍‌ୱାର୍କ-୨ ଉତ୍ତମ କୁମାର ହାଜରା ଚୌଧୁରୀ, ଉପମହାପ୍ରବନ୍ଧକ ତଥା ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂହଙ୍କ ସମେତ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଏବଂ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଉପ ମହାପ୍ରବନ୍ଧକ ତଥା ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂହ ସ୍ବାଗତ ଅଭିଭାଷଣ ଜରିଆରେ ମଣ୍ଡଳ ରାଜଭାଷାର କାର୍ଯ୍ୟକାରିତା ଏବଂ ପଖୱାଡା ଆୟୋଜନର ସ୍ଥିତି ବିଷୟରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ। ସେହିଭଳି ଏସ୍‌ବିଆଇର ମୁଖ୍ୟ ମହାପ୍ରବନ୍ଧକ ଶର୍ମା ସମସ୍ତଙ୍କୁ ଅଭିନନ୍ଦନ ଜଣାଇ କହିଥିଲେ, ହିନ୍ଦୀ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଷୟ। କିନ୍ତୁ ସେବା କ୍ଷେତ୍ରରେ ଗ୍ରାହକଙ୍କ ନିକଟରେ ପହଞ୍ଚିବା ଏବଂ ସେମାନଙ୍କ ନିଜର ଦୃଷ୍ଟିକୋଣ ଜଣାଇବା ପାଇଁ ହିନ୍ଦୀ ସହିତ ଆଞ୍ଚଳିକ ଭାଷାର ମଧ୍ୟ ବ୍ୟବହାର କରାଯିବା ଉଚିତ। ସେହିପରି ବ୍ୟାଙ୍କର ସମସ୍ତ କର୍ମଚାରୀମାନେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଯୋଗଦାନ କରିବା ଆବଶ୍ୟକ ବୋଲି ମହାପ୍ରବନ୍ଧକ ହାଜରା ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ପ୍ରଶାସନିକ କାର୍ଯ୍ୟାଳୟ ଅଞ୍ଚଳ-୨ ଏବଂ ଜ୍ଞାନାର୍ଜନ ବିକାଶ ସଂସ୍ଥାନ ରାଉରକେଲାକୁ ୨୦୨୧-୨୨ ବର୍ଷ ପାଇଁ ରାଜଭାଷା ସିଲ୍ଡ ପ୍ରଦାନ କରାଯାଇଥିଲା। ପଖୱାଡାରେ ଆୟୋଜିତ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତାର ବିଜେତା ଏବଂ ଅଂଶଗ୍ରହଣକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ପରିଶେଷରେ ସହାୟକ ମହାପ୍ରବନ୍ଧକ (ରାଜଭାଷା) ଡା. ବି. ଗୋପାଳ ରେଡ୍ଡୀ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଅବଧି ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ଆୟୋଜିତ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଉଲ୍ଲେଖଯୋଗ୍ୟ , ହିନ୍ଦୀ ପଖୱାଡାରେ ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟରେ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ କର୍ମଚାରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri