Posted inଜାତୀୟ

ତେଜ ପ୍ରତାପଙ୍କ ଆଉ ଏକ ଭବିଷ୍ୟବାଣୀ: କହିଲେ ‘କେନ୍ଦ୍ରରେ ଗଠନ ହେବ ମହାଗଠବନ୍ଧନର ସରକାର’

ପାଟନା,୧୫।୧୦: ବିହାର ସରକାରରେ ଆର୍‌ଜେଡି ନେତା ତଥା ମନ୍ତ୍ରୀ ତେଜ ପ୍ରତାପ ଯାଦବ ବଡ଼ ଦାବି କରିଛନ୍ତି। କେନ୍ଦ୍ରରେ ମହାଗଠବନ୍ଧନର ସରକାର ଗଠନ ହେବ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି।

ବିହାର ରାଜନୀତିରେ ତେଜ ପ୍ରତାପ ନିଜର ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଶନିବାର ଏକ ଖବରଦାତା ସମ୍ମିଳନୀରେ ଭାଜପାର ପ୍ରଶ୍ନ ଉଠାଇବାରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆମେ କାମରେ ବିଶ୍ୱାସ କରୁ। ଭାଜପା କ’ଣ କରୁଛି, କ’ଣ ନୁହେଁ, ସେ ତାଙ୍କ ଘରେ କରୁଛି। ଲୋକଙ୍କୁ ଦେଖୁନାହିଁ। ବିହାରବାସୀ ଭାଜପା ସରକାରକୁ ତଡ଼ି ଦେଇଛନ୍ତି। ଆମେ ତ ଭବିଷ୍ୟବାଣୀ କରୁ। ଗତ ଥର ମୁଁ ମାମୁଙ୍କୁ ନେଇ ଭବିଷ୍ୟବାଣୀ କରିଥିଲି। ଆଜି ସେ ଆମ ସହ ଅଛନ୍ତି। ପୁଣି ଏକ ଭବିଷ୍ୟବାଣୀ କରୁଛି। କେନ୍ଦ୍ରରେ ମହାଗଠବନ୍ଧନ ସରକାର ଗଠନ ହେବା ସମସ୍ତେ ଦେଖିବେ ବୋଲି ସେ ଦୃଢ଼ତାର ସହ କହିଛନ୍ତି।

କହିରଖୁଛୁ ଯେ, ତେଜ ପ୍ରତାପ ଏବେ ନୀତୀଶ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ବନ୍ୟ ଏବଂ ପର୍ଯ୍ୟାବରଣ ମନ୍ତ୍ରୀ ଅଛନ୍ତି। ଗତ ଥର ମହାଗଠବନ୍ଧନ ସରକାରରେ ସେ ସ୍ବାସ୍ଥ୍ୟ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri