Odisha Elections 2024
Posted inଜାତୀୟ

ପୀୟୂଷଙ୍କୁ ଚିଠି ଲେଖିଲେ ଶୁଭେନ୍ଦୁ, ଲୋକଙ୍କୁ ବୋକା ବନାଉଛନ୍ତି ମମତା ଦିଦି …

କୋଲକାତା,୧୬।୧୦ : ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଭାଜପା ବିଧାୟକ ଶୁଭେନ୍ଦୁ ଅଧିକାରୀ ଗ୍ରାହକ ବ୍ୟାପାର ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଏକ ଚିଠି ଲେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୋଜନା ନାମରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ଦିଦି ଲୋକଙ୍କୁ ବୋକା ବନାଉଛନ୍ତି।

ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଫେଷ୍ଟିଭାଲ ସ୍କିମ ନାମରେ ଯୋଜନା ଆରମ୍ଭ କରିଛନ୍ତି। ଯେଉଁଥିପାଇଁ ଶୁଭେନ୍ଦୁ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ ଚିଠିରେ ଲେଖିଛନ୍ତି, ପଶ୍ଚିମବଙ୍ଗ ସରକାରଙ୍କ ଖାଦ୍ୟ ଏବଂ ଯୋଗାଣ ବିଭାଗ ଦ୍ୱାରା ଦିଆଯାଇଥିବା ବିଜ୍ଞାପନ ଉପରେ ମୁଁ ଆପଣଙ୍କ ଧ୍ୟାନ ଆକର୍ଷଣ କରିବାକୁ ଚାହୁଁଛି। ଏହି ବିଜ୍ଞାପନର ଏକ କପି ମଧ୍ୟ ଏହି ଚିଠି ସହିତ ସଂଲଗ୍ନ ହୋଇଛି । ଏହି ବିଜ୍ଞାପନରେ ଆନ୍ତୋଦୟ ଅନ୍ନ ଯୋଜନା ଏବଂ ରାଜ୍ୟ ପ୍ରାଥମିକତା ରାସନ କାର୍ଡରେ କାର୍ଡଧାରୀମାନଙ୍କୁ ୨୩ ସେପ୍ଟେମ୍ବର୨୦୨୨ରୁ ୩୦ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଉତ୍ସବ ଯୋଜନା ଅନ୍ତର୍ଗତ ରାସନ ଦିଆଯିବାକୁ ଦାବି କରାଯାଇଛି। ଦୁର୍ଗା ପୂଜା, କାଳୀ ପୂଜା, ଦୀପାବଳି ଏବଂ ଛଠ ପୂଜା ଅବସରରେ ପଶ୍ଚିମବଙ୍ଗ ସରକାର ଦୁଆରେ ରାସନ ଏବଂ ଖାଦ୍ୟ ସାଥୀ ନାମରେ ଯୋଜନା ଚଳାଇବାକୁ ଘୋଷଣା କରିଛନ୍ତି।

ଶୁଭେନ୍ଦୁ କହିଛନ୍ତି ଯେ ଦୁଆରେ ରାସନ ଯୋଜନା ନେଇ ଆରମ୍ଭରୁ ବିବାଦ ଲାଗି ରହିଛି। ଅନେକ ରସେନ ଡିଲର ଏହାକୁ ବିରୋଧ କରିଛନ୍ତି। ଏଥିସହ ଏହି ଯୋଜନାରେ ଭେଦଭାବ ସମ୍ପର୍କରେ ଅଭିଯୋଗ ଆସିଛି। ଏଥି ସହିତ, ଖାଦ୍ୟ ସାଥୀ ଯୋଜନା ନାମ ପରିବର୍ତ୍ତନ କରି ମମତା ସରକାରଙ୍କ ଦ୍ୱାରା ପରିଚାଳିତ ହେଉଥିବା ଯୋଜନା ବ୍ୟତୀତ ଆଉ କିଛି ନୁହେଁ। ସେ ଅଭିଯୋଗ କରିଛନ୍ତି ଯେ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ଯୋଜନାର ନାମ ପରିବର୍ତ୍ତନ କରି ପଶ୍ଚିମବଙ୍ଗବାସୀଙ୍କୁ ବୋକା ବନାଉଛନ୍ତି। ଖାଦ୍ୟ ସାଥୀ ଯୋଜନା ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଏକ ପରିବର୍ତ୍ତିତ ନାମ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri