୪୫୩.୧୧ କୋଟି ଟଙ୍କାରେ ହେବ ବୃହତ୍‌ ଜଳ ଯୋଗାଣ ପ୍ରକଳ୍ପ

ବରଗଡ଼ ଅଫିସ, ୧୬।୧୦: ବରଗଡ଼ ଜିଲାରେ ଏକ ବୃହତ୍‌ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫୩ କୋଟି ୧୧ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ରବିବାର ବରଗଡ଼ରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପୂର୍ବତନ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ପ୍ରକଳ୍ପ ଦ୍ବାରା ଜିଲାର ୩ବ୍ଲକ ଅଧୀନରେ ଥିବା ୫୮ଟି ପଞ୍ଚାୟତ ଅନ୍ତର୍ଗତ ୩୧୬ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୨ଲକ୍ଷ ୯୧ହଜାର ୨୯୦ ଜନସାଧାରଣ ବିଶୁଦ୍ଧ ପାନୀୟ ଜଳ ପାଇ ପାରିବେ। ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ କହିଥିଲେ, ମହାନଦୀରୁ ପାଣି ଆସିବ ଏବଂ ଅମ୍ବାଭୋନା ବ୍ଳକ ତାମଦେଇଠାରେ ଏକ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ ହେବ। ସେଠାରୁ ପାଇପ୍‌ ଯୋଗେ ଅମ୍ବାଭୋନା ବ୍ଳକର ୧୫ ପଞ୍ଚାୟତ ଅନ୍ତର୍ଗତ ୧୦୪, ଭଟଲି ବ୍ଲକର ୧୬ ପଞ୍ଚାୟତ ଅନ୍ତର୍ଗତ ୮୪ ଏବଂ ସୋହେଲା ବ୍ଲକର ୨୭ ପଞ୍ଚାୟତ ଅନ୍ତର୍ଗତ ୧୨୮ ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେବ। ଏହାଦ୍ବାରା ଅଞ୍ଚଳରେ ଆଉ ପାନୀୟଜଳର ଅଭାବ ପରିଲକ୍ଷିତ ହେବ ନାହିଁ ବୋଲି ବିଧାୟକ ସିଂ କହିଥିଲେ। ଖବରଦାତା ସମ୍ମିଳନୀରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସାଧୁ ନେପାକ, ଅମ୍ବାଭୋନା ବ୍ଳକ ଅଧ୍ୟକ୍ଷ କୀର୍ତ୍ତିଚନ୍ଦ୍ର ଦୁଆନ, ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଶୁକ୍ରବାର ୫ମ ମାସିକ ବୈଠକ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri