Posted inଜାତୀୟ

ଷ୍ଟେଶନରେ ଶୋଇଲେ ଲକ୍ଷାଧିକ ପରୀକ୍ଷାର୍ଥୀ

ଲକ୍ଷ୍ନୌ, ୧୭ା୧୦: ଉତ୍ତରପ୍ରଦେଶର ସବ୍‌ଅର୍ଡିନେଟ୍‌ ସର୍ଭିସ୍‌ ସିଲେକ୍ସନ କମିଶନର ପ୍ରିଲିମିନାରୀ ଏଲିଜିବିଟି ଟେଷ୍ଟ (ପିଇଟି) ଦେବା ପାଇଁ ଶୁକ୍ରବାର ଓ ଶନିବାର ବିଭିନ୍ନ ବସ୍‌ଷ୍ଟାଣ୍ଡ ଏବଂ ରେଳଷ୍ଟେଶନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ରବିବାର ଏହ ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ଲକ୍ଷାଧିକ ପରୀକ୍ଷାର୍ଥୀ ବସ୍‌ ଓ ଟ୍ରେନ୍‌କୁ ଅପେକ୍ଷା କରିଥିଲେ।

ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଟ୍ରେନ୍‌ ଓ ବସ୍‌ ପାଇବା ପାଇଁ ଦୁଇ ଦିନ ଆଗରୁ ଛାତ୍ରୀଛାତ୍ରମାନେ ଷ୍ଟେଶନ ଏବଂ ଷ୍ଟାଣ୍ଡ୍‌ରେ ଶୋଇଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଦୂରରେ ପରୀକ୍ଷାକେନ୍ଦ୍ର କରାଯାଇଥିବାରୁ ପରୀକ୍ଷାର୍ଥୀଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିବା ଅଭିଯୋଗ ହୋଇଛି। ତେବେ ଏପରି ଫଟୋ ଓ ଭିଡିଓ ମିଛ ଏବଂ ବିରୋଧୀ ଦଳଗୁଡ଼ିକ ତାହାର ପ୍ରସାର କରିଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଅତିରିକ୍ତ ବସ୍‌ ଓ ଟ୍ରେନ୍‌ ବ୍ୟବସ୍ଥା କରାଯାଇଥିବା ବୋଲି ୟୁପି ସରକାର ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri