ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ ଆରମ୍ଭ କରିଛି। ଏହାମଧ୍ୟରୁ କେବଳ ପୁରୀରୁ ୧୫ ଏକ୍ସପ୍ରେସ୍‌ ରବିବାର ଯାତ୍ରା କରିଛି। ବାତ୍ୟା ‘ଫନୀ’ରେ ପୁରୀ ରେଳଷ୍ଟେଶନ ଏବଂ ରେଳପଥ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୂର୍ବତଟ ରେଳପଥ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ଟ୍ରାକ୍‌ ମରାମତି କରାଯାଇ ଟ୍ରେନ୍‌ ଚଳାଚଳ ଆରମ୍ଭ କରାଯାଇଛି। ସେହିଭଳି ବାତ୍ୟା ପରେ ବାତିଲ ହୋଇଥିବା ଭୁବନେଶ୍ୱରରୁ ଦୁଇଟି ଏକ୍ସପ୍ରେସ୍‌ ଏବଂ ଖୋର୍ଦ୍ଧା ରୋଡ୍‌ରୁ ଗୋଟିଏ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବଭଳି ଚଳାଚଳ କରିଛି। ଏହାବ୍ୟତୀତ ପୁରୀ-ହାଓ୍ବଡା ଶତାବ୍ଦୀ ଏବଂ ପାରାଦୀପ-ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ୍‌ ପୂର୍ବରୁ ବାତ୍ୟା ପାଇଁ ବାତିଲ କରାଯାଇଥିବା ବେଳେ ଏବେ ଏହା ସାଧାରଣ ଭାବେ ଚଳାଚଳ ଆରମ୍ଭ କରିଛି। ଏପଟେ ଟ୍ରେନ୍‌ ସେବା ଆରମ୍ଭ ହେବା ପରେ ବାତ୍ୟା ପରବର୍ତ୍ତୀ ସ୍ଥିତିରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି। ବିଶେଷକରି ପର୍ଯ୍ୟଟନସ୍ଥଳ ପୁରୀ ପୁଣିଥରେ ସାଧାରଣ ଅବସ୍ଥାକୁ ଫେରିବ ବୋଲି ଆଶା କରାଯାଇଛି। ଜୁନ୍‌ ପ୍ରଥମ ସପ୍ତାହରୁ ପର୍ଯ୍ୟଟକଙ୍କ ପାଇଁ ପୁରୀ ଦ୍ୱାର ଖୋଲିବା ନେଇ ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ଘୋଷଣା କରାଯାଇଥିବା ବେଳେ ସ୍ବାଭାବିକ ଟ୍ରେନ୍‌ ସେବା ଏଥିରେ ସାହାଯ୍ୟ କରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri