ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ

ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍‌ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍‌ରେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର କେତେକ ଘରୋଇ ସଂସ୍ଥାକୁ ଆମନ୍ତ୍ରଣ କରିଛନ୍ତି। ଏହାକୁ ରକ୍ଷାକରି ସତ୍ୟସାଇ ହେଲ୍‌ଥ ଆଣ୍ଡ୍‌ ଏଜୁକେଶନ ଟ୍ରଷ୍ଟ ତରଫରୁ ଡା. ଖଣ୍ଡେପାର୍କରଙ୍କ ନେତୃତ୍ୱରେ ଏକ ବିଶେଷଜ୍ଞ ଡାକ୍ତର ଦଳ ସୋମବାର ହାର୍ଟ ହସ୍ପିଟାଲ୍‌ ପରିଦର୍ଶନ କରି ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ।
ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରଗଡ ଏମ୍‌ପି ସୁରେଶ ପୂଜାରୀ, ଜିଲାପାଳ ସରୋଜ କୁମାର ସାମଲ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଡୋଲାମଣି ପଟେଲ, ସତ୍ୟସାଇ ଟ୍ରଷ୍ଟ ବିଶେଷଜ୍ଞ ଦଳର ପ୍ରମୁଖ ଶିଶୁ ହୃଦ୍‌ରୋଗ ବିଶେଷଜ୍ଞ ଡା. ଖଣ୍ଡେପାର୍କର, ଡା. ସ୍ନେହଲ କୁଲକର୍ଣ୍ଣୀ, ଡା.ବାଲସ୍ବରୂପ ସାହୁ, ଡା. ଅତୁଳ ପ୍ରଭୁ, ଡା. ପ୍ରଦୀପ ବର୍ମା, ଡା. ରବିକିରଣ ଶ୍ରୀପଦ, ସୌମ୍ୟା ଶ୍ରୀପଦ, ଅଜୟ ଶ୍ରଫ୍‌, ଅତିରିକ୍ତ ଜିଲାପାଳ ପ୍ରବୀର କୁମାର ନାୟକ, ଡିପିଏମ୍‌ ବୁଲୁନାଥ ସାହୁ, ବଣିକସଂଘ ସଭାପତି ହୀରାଲାଲ୍‌ ଲୋକଚାନ୍ଦିନୀ, ରଘୁମଣି ପଟେଲ,ତାପସରାୟ ଚୌଧୁରୀ, ହରିଶ ଗଣତ୍ରା, ପିଣ୍ଟୁ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକରେ ସତ୍ୟସାଇ ଟ୍ରଷ୍ଟ ତରଫରୁ କୁହାଯାଇଛି, ରାଜ୍ୟ ସରକାର ସୁବିଧା ସୁଯୋଗ ଯୋଗାଇଦେଲେ ଝାରସୁଗୁଡ଼ାରେ ମାତୃ ଓ ଶିଶୁ ଚିକିତ୍ସାଳୟ (ଏମ୍‌ସିଏଚ୍‌) ଖୋଲିବ। ଏହା କାର୍ଯ୍ୟକ୍ଷମ ହେଲେ ଲୋକେ ମାଗଣାରେ ସ୍ବାସ୍ଥ୍ୟସେବା ପାଇପାରିବେ। ଏହା ସହିତ ହାର୍ଟ ହସ୍ପିଟାଲ୍‌ ପାଇଁ ଭିତ୍ତିଭୂମି (କୋଠା) ନିର୍ମାଣ ହୋଇଛି। ହେଲେ ବହୁ ଅତ୍ୟାଧୁନିକ ଯନ୍ତ୍ରପାତି ଓ ଉପକରଣ ଆବଶ୍ୟକ ରହିଛ । ଏସବୁ ଦିଗରେ ଟ୍ରଷ୍ଟ କର୍ତ୍ତୃପକ୍ଷ ବିଚାର ବିମର୍ଷକରି ଏକ ରିପୋର୍ଟ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବେ ବୋଲି ବିଶେଷଜ୍ଞ ଡା. ଖଣ୍ଡେପାର୍କର କହିଛନ୍ତି। ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଛନ୍ତି, ଓଡିଶାରେ ଲୋକଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ କରୁଛନ୍ତି। ଏଠାରେ ଏମ୍‌ସିଏଚ୍‌ ଖୋଲିଲେ ରାଜ୍ୟ ସରକାରଙ୍କ ତରଫରୁ ସତ୍ୟସାଇ ଟ୍ରଷ୍ଟକୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ। ଏଠାରେ ଆଗାମୀ ଦିନରେ ହାର୍ଟ ହସ୍ପିଟାଲ୍‌, କ୍ୟାନସର ହସ୍ପିଟାଲ୍‌, ମେଡିକାଲ୍‌ କଲେଜ ଆଦି ପ୍ରତିଷ୍ଠା ହେବ  । ଏସବୁ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡା ନୂତନ ନିର୍ମାଣରେ ଏହା ଅଂଶବିଶେଷ ହେବ ବୋଲି ମନ୍ତ୍ରୀ ଦାସ କହିଛନ୍ତି। ବରଗଡ ଏମ୍‌ପି ପୂଜାରୀ କହିଛନ୍ତି, ଏଠାରେ ହାର୍ଟ ହସ୍ପିଟାଲ୍‌ କାର୍ଯ୍ୟକ୍ଷମ ହେଲେ ପଶ୍ଚିମ ଓଡିଶା, ପଡୋଶୀ ଛତିଶଗଡ ଓ ଝାଡଖଣ୍ଡ ରାଜ୍ୟର ଲୋକେ ହୃଦ୍‌ରୋଗର ଚିକିତ୍ସା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri