ରତ୍ନଭଣ୍ଡାର ସମ୍ପର୍କରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୦: ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିରର ସୁରକ୍ଷା ନେଇ ହାଇକୋର୍ଟରେ ଆଗତ ୩ଟି ମାମଲାର ଏକତ୍ର ଶୁଣାଣି ମଙ୍ଗଳବାର ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲା ନ ଯିବାର କାରଣ ସମ୍ପର୍କରେ ଆସନ୍ତା ୪ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜଗମୋହନ ଓ ନାଟମଣ୍ଡପ ମରାମତି ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦାଖଲ କରାଯାଇଥିଲା। ସେହିପରି କୋଣାର୍କ ମନ୍ଦିର ମରାମତି ପ୍ରସଙ୍ଗରେ ମଧ୍ୟ ସତ୍ୟପାଠ ଦାଖଲ କରାଯାଇଥିଲା। ତେବେ ୩ଟି ଯାକ ମାମଲାର ପରବର୍ତ୍ତୀ ଶୁଣାଣି ୨୦୨୩ ଜାନୁୟାରୀ ୫ତାରିଖକୁ ଧାର୍ଯ୍ୟ କରାଯାଇଛି। ସୂଚନା ମୁତାବକ, ଶ୍ରୀମନ୍ଦିର ସୁରକ୍ଷା ନେଇ ଅଭିଷେକ ଦାସଙ୍କ ପକ୍ଷରୁ ୨୦୧୬ରେ ଆଗତ ମାମଲାର ଶୁଣାଣି ହୋଇଥିଲା। ଏଥିରେ ଆମିକସ୍‌ କ୍ୟୁରି ନଗେନ୍ଦ୍ର କୁମାର ମହାନ୍ତି ସତ୍ୟପାଠ ଦାଖଲ କରି ଶ୍ରୀମନ୍ଦିରର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ ଚାଲିଛି ଏବଂ ଏହା ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ବୋଲି ଅଦାଲତଙ୍କୁ ଅବଗତ କରାଇଥିଲେ।
ସେହିପରି ଦିଲ୍ଲୀପ ମହାପାତ୍ରଙ୍କ ପକ୍ଷରୁ ରତ୍ନଭଣ୍ଡାର ଖୋଲାଯିବା ନେଇ ଆଗତ ମାମଲାର ଶୁଣାଣି କରି ଅଦାଲତ ସରକାରଙ୍କୁ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନଭଣ୍ଡାର ୧୯୮୦ରୁ ଖୋଲା ଯାଇନାହିଁ। ତେଣୁ ରତ୍ନଭଣ୍ଡାର ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ସୁରକ୍ଷିତ ଅଛି କି ନାହିଁ ଏବଂ ବିଭିନ୍ନ ସାମଗ୍ରୀଗୁଡ଼ିକର ପୂର୍ବ ତାଲିକା ଅନୁଯାୟୀ ଗଣତି ଠିକ୍‌ ଅଛି କି ନାହିଁ ତାହା ରାଜ୍ୟ ସରକାର ସ୍ପଷ୍ଟ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ସେହିପରି ଦିଲ୍ଲୀପଙ୍କ ଦ୍ୱାରା ଆଗତ କୋଣାର୍କ ମନ୍ଦିର ସୁରକ୍ଷା ସମ୍ପର୍କିତ ଅନ୍ୟ ଏକ ମାମଲାରେ ଆମିକସକ୍ୟୁରି ସତ୍ୟପାଠ ଦାଖଲ କରିଥିଲେ। ମନ୍ଦିର ମଧ୍ୟରୁ ବାଲି ବାହାର କରାଯାଉଛି। ସବୁ ବାଲି ବାହାର କରାଯିବା ପରେ ଆମିକସ୍‌କ୍ୟୁରି ମନ୍ଦିର ପରିଦର୍ଶନ କରିବେ ବୋଲି ଅଦାଲତଙ୍କୁ ଅବଗତ କରାଇଥିଲେ। କୋଣାର୍କ ମନ୍ଦିର ପରିସରରୁ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ମନ୍ଦିର ପ୍ରତି ବିପଦ ସୃଷ୍ଟି ହେବା ଓ ମନ୍ଦିର ଐତିହ୍ୟ ନଷ୍ଟ ହେବା ନେଇ ଆବେଦନରେ ଆଶଙ୍କା ପ୍ରକାଶ କରି ଅଦାଲତଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ତିନୋଟିଯାକ ମାମଲାକୁ ଆଇନଜୀବୀ ଆଲୋକ ମହାପାତ୍ର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri