Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ ଲାଗି ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ଜାରି, ଏହି ଆସନରୁ ଲଢିବେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର

ଧର୍ମଶାଳା,୧୯ ।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ପ୍ରଥମ ପ୍ରାର୍ଥି ତାଲିକା ଜାରି କରିଛି । ଭାଜପା ପକ୍ଷରୁ ଏହି ପ୍ରାର୍ଥି ତାଲିକାରେ ୬୨ ଜଣଙ୍କ ନାମ ରହିଛି । ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସିରାଜ ଆସନରୁ ନିର୍ବାଚନ ଲଢିବେ । ଏହି ଆସନରେ ପ୍ରତିଦ୍ୱନ୍ଦିତା ଖୁବ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି କୁହାଯାଉଛି । କାରଣ କଂଗ୍ରେସ ବହୁ ପୂର୍ବରୁ ଏଠାରୁ ଚେତରାମ ଠାକୁରଙ୍କୁ ତା’ର ପ୍ରାର୍ଥି ଘୋଷଣା କରି ସାରିଛି । ଏହାପରେ ଏବେ ଭାଜପା ଜୟରାମ ଠାକୁରଙ୍କ ନାମ ଔପଚାରିକ ଭାବେ ଘୋଷଣା କରିଛି । ଭାଜପାର ପ୍ରଥମ ୬୨ ଜଣ ପ୍ରାର୍ଥିଙ୍କ ମଧ୍ୟରେ ୫ ମହିଳା ପ୍ରାର୍ଥୀ ରହିଛନ୍ତି । ଏହାସହ ଅନିଲ ଶର୍ମାଙ୍କୁ ଭାଜପା ମଣ୍ଡି ଆସନରୁ ଟିକେଟ ଦେଇଛି । କାଂଗଡାରୁ ପୱନ କାଜଲଙ୍କୁ ପ୍ରାର୍ଥି କରାଯାଇଛି ।
ସୂଚନାଯୋଗ, କିଛିଦିନ ପୂର୍ବରୁ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା । ଏଠାରେ ୧୨ ନଭେମ୍ବରରେ ଭୋଟ ଗ୍ରହଣ କରାଯିବ ଓ ୮ ଡିସେମ୍ବରରେ ଫଳାଫଳ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri