Posted inଜାତୀୟ

ତଦନ୍ତ ବାଟବଣା ନ ହେଉ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅର୍ଚ୍ଚନା ନାଗ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ମଙ୍ଗଳବାର ଆନ୍ଦୋଳନର ସ୍ବରକୁ ଯୁବକଂଗ୍ରେସ ଅଧିକ ତେଜିଛି। ଅର୍ଚ୍ଚନାଙ୍କ ସମ୍ପର୍କରେ ରହିଥିବା ଶାସକ ଦଳର ନେତା, ମନ୍ତ୍ରୀ ଓ ବିଧାୟକଙ୍କ ସମେତ ପ୍ରଭାବଶାଳୀ ଅଧିକାରୀଙ୍କ ପର୍ଦ୍ଦାଫାଶ ହେବା ଦରକାର। ଏହାସହ ଅର୍ଚ୍ଚନାଙ୍କୁ ମିଳିଥିବା ସରକାରୀ ଆନୁଗତ୍ୟ ଓ ତାଙ୍କ ପଛରେ ଖର୍ଚ୍ଚ କରାଯାଇଥିବା ବିପୁଳ କଳାଧନର ତଥ୍ୟ ମଧ୍ୟ ଉନ୍ମୋଚନ କରାଯାଉ ବୋଲି ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କା ଦାବି କରିଛନ୍ତି।
ପୋଲିସ ଏସବୁ ଦିଗକୁ ନେଇ ନିରପେକ୍ଷ ତଦନ୍ତ ଦାବିରେ ଯୁବକଂଗ୍ରେସ ସଭାପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ପୋଲିସ କମିଶନର(ସିପି)ଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛି। ଯୁବକଂଗ୍ରେସ କର୍ମୀମାନେ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ପ୍ରଥମେ ପ୍ଲାକାର୍ଡ ଧରି ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ଏନେଇ ସ୍ମୃତିରଞ୍ଜନ କହିଛନ୍ତି, ଅର୍ଚ୍ଚନା ନାଗ ମାମଲା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ବହୁ ନେତା, ମନ୍ତ୍ରୀ, ବିଧାୟକ, ଉଚ୍ଚପଦସ୍ଥ ଅଧିକାରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅର୍ଚ୍ଚନାଙ୍କ ସମ୍ପର୍କ ରହିଥିବା ସୂଚନା ମିଳୁଛି। ଅର୍ଚ୍ଚନାଙ୍କ ପଛରେ ସରକାରୀ କଳର ଅପବ୍ୟବହାର ସହ ବହୁ କଳାଧନ ବିନିଯୋଗ ହୋଇଥିବାରୁ ତଦନ୍ତ ପ୍ରକ୍ରିୟା ପ୍ରଭାବିତ ହେବା ଆଶଙ୍କା ରହିଛି। ରାଜ୍ୟରେ ଗରିବ ଜନସାଧାରଣ ପେଟପାଟଣା ପାଇଁ ପ୍ରତିଦିନ ସଂଘର୍ଷ କରୁଥିବାବେଳେ ଜନପ୍ରତିନିଧିମାନେ ଅର୍ଚ୍ଚନା ନାଗଙ୍କ ଭଳି ମହିଳାଙ୍କ ପଛରେ କୋଟି କୋଟି ଟଙ୍କା ଦୁରୁପଯୋଗ କରିବା ନିଶ୍ଚିତ ଭାବେ ନିନ୍ଦନୀୟ। ତେଣୁ ପୋଲିସ କୌଣସି ପ୍ରକାର ଚାପର ବଶବର୍ତ୍ତୀ ନ ହୋଇ ଏହାର ଉପଯୁକ୍ତ ତଦନ୍ତକରି ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସ୍ମୃତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri