ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ଦେଇଥିଲେ। କାର୍ଯ୍ୟାନୁଷ୍ଠାନ ଦାବିକରି ବିକ୍ଷୋଭ କରିଥିଲେ। ଘଟଣାଟି ଘଟିଛି ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଅନ୍ତର୍ଗତ କେନାଭେଟା ଗ୍ରାମରେ। କେନାଭେଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢନ୍ତି ୧୬୮ଛାତ୍ରୀଛାତ୍ର। ପାଠ ପଢାଇବା ନିମସ୍ତେ ଜଣେ ପ୍ରଧାନ ଶିକ୍ଷକ ଓ ୬ ଶିକ୍ଷୟିତ୍ରୀ ରହିଛନ୍ତି। ସ୍କୁଲକୁ ପ୍ରାୟ ଅଧିକାଂଶ ଦିନ ବିଳମ୍ବରେ ଆସୁଥିବା ଏହି ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଗ୍ରାମବାସୀ ଆଗରୁ ତାଗିଦ କରିଥିଲେ ମଧ୍ୟ ଯେନତେନ ପ୍ରକାରେ ସ୍କୁଲ ଚାଲିଥିଲା। କିନ୍ତୁ ମଙ୍ଗଳବାର ୧୦ଟା ପରେ ଛାତ୍ରୀଛାତ୍ର ସ୍କୁଲ ବାହାରେ ଦୀର୍ଘ ସମୟ ଧରି ରୁଣ୍ଡ ହୋଇ ରହିଥିଲେ ମଧ୍ୟ ଗେଟ ନ ଖୋଲିବା କାରଣରୁ ବାହାରେ ରାସ୍ତା ଉପରେ ଛିଡ଼ା ହୋଇଥିବା ଜଣେ ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା ଦେଇଥିଲା। ଫଳରେ ଉତ୍ତେଜନା ବୃଦ୍ଧି ପାଇଥିଲା। ପରେ ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ବିକ୍ଷୋଭ କରିଥିଲେ। ଖବରପାଇ ବଣାଇ ଏବିଇଓ ସଦାନନ୍ଦ ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣା ସମ୍ପର୍କରେ ଅବଗତ କରାଇବା ସହ ସ୍କୁଲ ଚେୟାରମ୍ୟାନ ରଘୁନାଥ ସାହୁଙ୍କ ନେତୃତ୍ୱରେ ଗ୍ରାମବାସୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏବିଇଓ ମହାନ୍ତ ଲୋକଙ୍କୁ ବୁଝାସୁଝା କରି ତୁରନ୍ତ ତଦନ୍ତ ଜନିତ ପଦକ୍ଷେପ ନିଆଯାଇ ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଙ୍କୁ କୈଫିୟତ ତଲବ କରିବା ଏବଂ ଆବଶ୍ୟକ ସ୍ଥଳେ ସେମାନଙ୍କ ଦରମା ବନ୍ଦ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ପ୍ରାୟ ଦେଢ ଘଣ୍ଟା ଧରି ଚାଲିଥିବା ଏହି ବିକ୍ଷୋଭ ଯୋଗୁ ବିଦ୍ୟାଳୟ ବାହାରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଘୁରି ବୁଲୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri