Posted inଖେଳ

ଦୃଷ୍ଟିହୀନ କ୍ରିକେଟ, ଭାରତ ସିରିଜ ବିଜୟୀଅଜୟଙ୍କ ଦ୍ୱିଶତକ, ଦୁର୍ଗାଙ୍କ ଶତକ

ଭୁବନେଶ୍ୱର, ୨୩।୭(କ୍ରୀଡ଼ା ପ୍ରତିନିଧି)-
କାରିବିୟନ ଗସ୍ତରେ ଥିବା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ଅଜୟ ରେଡ୍ଡୀଙ୍କ ଅପରାଜିତ ଦ୍ୱିଶତକ ଏବଂ ଦୁର୍ଗା ରାଓଙ୍କ ଅପରାଜିତ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦୃଷ୍ଟିହୀନ କ୍ରିକେଟ ମ୍ୟାଚରେ ଜାମାଇକାକୁ ବୃହତ୍‌ ବ୍ୟବଧାନରେ ପରାସ୍ତ କରିଛି। ଏଥିସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ହୋଇ ଭାରତ ସିରିଜ ବିଜୟୀ ହୋଇଛି। ଟସ୍‌ ଜିତି ଜାମାଇକା ପ୍ରଥମେ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଜାମାଇକା ବୋଲରମାନେ ଅଧିନାୟକଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରି ଶୀଘ୍ର ୨ଟି ଉଇକେଟ ଖସାଇ ଦେଇଥିଲେ। ମାତ୍ର ଅଧିନାୟକ ଅଜୟ ରେଡ୍ଡୀ ୧୧୨ ବଲ୍‌ରୁ ୨୧୪ ଏବଂ ଦୁର୍ଗା ରାଓ ୮୭ ବଲ୍‌ରୁ ୧୩୪ ରନ ସଂଗ୍ରହ କରିବା ସହ ଅପରାଜିତ ରହି ଅସମାପ୍ତ ୩ୟ ଉଇକେଟରେ ୩୯୩ ରନ ଯୋଗକରି ୩୩ ଓଭରରେ ଭାରତୀୟ ସ୍କୋରକୁ ୪୧୫ରେ ପହଞ୍ଚାଇ ଦେଇଥିଲେ। ୪୧୬ ରନର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟକୁ ପିଛା କରିଥିବା ଜାମାଇକା ୩୧.୫ ଓଭରରେ ୨୩୬ ରନ କରି ଅଲଆଉଟ ହୋଇ ଯାଇଥିଲା। ଫଳରେ ଭାରତ ୧୭୯ ରନରେ ବିଜୟୀ ହୋଇଥିଲା। ଜାମାଇକା ପକ୍ଷରୁ ଶିମ୍‌ ସର୍ବାତ୍କ ୪୭ ଓ ଷ୍ଟିଓ୍ବାର୍ଟ ୪୦ ରନ ସ୍କୋର କରିଥିଲେ। ଦିନିକିଆ ସିରିଜରେ ଆଉ ଗୋଟିଏ ମ୍ୟାଚ ବାକିଥିବାବେଳେ ୨ ଦିନର ବିଶ୍ରାମ ପରେ ଉଭୟ ଦଳ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ବୁଧବାର ଅନୁଷ୍ଠିତ ହେବ।
ସଂକ୍ଷିପ୍ତ ସ୍କୋର
* ଭାରତ ୩୩ ଓଭରରେ ୪୧୫/୨(ଅଜୟ ରେଡ୍ଡୀ-୨୧୪*, ଦୁର୍ଗା ରାଓ-୧୩୪*, ଷ୍ଟିଓ୍ବାର୍ଟ-୧/୪୦)।
* ଜାମାଇକା ୩୧.୫ ଓଭରରେ ୨୩୬/ଅଲଆଉଟ(ଶିମ୍‌-୪୭, ଷ୍ଟିଓ୍ବାର୍ଟ-୪୦, ରିକେଟ୍ସ-୩୪, ଅଜୟ-୪/୨୯, ସୁନୀଲ-୧/୧୨, ଅମୋଲ-୧/୨୫, ଜାଫର-୧୨୪)।
* ମ୍ୟାନ ଅଫ୍‌ ଦି ମ୍ୟାଚ ଅଜୟ ରେଡ୍ଡୀ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri