Posted inଜାତୀୟ

ବଳାତ୍କାରୀଙ୍କୁ ସୁରକ୍ଷା ଦେବା କାର୍ଯ୍ୟ କରୁଛି ଭାଜପା, ସୁପ୍ରିମ୍‌କୋର୍ଟରେ ମିଳିବ ନ୍ୟାୟ: ଏଏପି ଏମ୍‌ପି…

ନୂଆଦିଲ୍ଲୀ,୧୯।୧୦ : ଗୁଜରାଟ ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ବିଲକିସ ବାନୋ ମାମଲାରେ ୧୧ ଜଣ ଦୋଷୀଙ୍କୁ ୧୪ ବର୍ଷ ଜେଲ ଦଣ୍ଡ ଭୋଗିବା ପରେ ମୁକ୍ତ କରାଯାଇଛି। କାରଣ ସେମାନଙ୍କ ଆଚରଣ ଭଲ ଏବଂ ସେମାନଙ୍କ ମୁକ୍ତିକୁ କେନ୍ଦ୍ର ଅନୁମୋଦନ କରିଛି। କିନ୍ତୁ ବର୍ତ୍ତମାନ ବିଲକିସ ବାନୋ ମାମଲାରେ ବଳାତ୍କାରୀଙ୍କ ମୁକ୍ତିକୁ ନେଇ ପ୍ରଶ୍ନ ଉଠିଛି। ଏଏପିର ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂ ବଳାତ୍କାରକାରୀଙ୍କ ମୁକ୍ତି ନେଇ ଭାଜପା ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

ଏନଡିଟିଭି ସହ ସାକ୍ଷାତ ସମୟରେ ସେ କହିଛନ୍ତି, ଏହା ଏକ ଜଣାଶୁଣା ସତ୍ୟ ଯେ, ଯେଉଁମାନେ ବଳାତ୍କାର କରନ୍ତି ସେମାନଙ୍କୁ ବଞ୍ଚାଇବା ଏବଂ ସୁରକ୍ଷା ଦେବା କାମ ଭାଜପା ଦ୍ୱାରା କରାଯାଇଥାଏ। ଦେଶର ବିଭିନ୍ନ ରାଜ୍ୟରେ ଏହାର ପ୍ରମାଣ ମିଳିବ। ବାନୋ ମାମଲାରେ ନ୍ୟାୟ ମିଳିବ ବୋଲି ଆଶା କରାଯାଉଛି। କାରଣ ସମସ୍ତ ତଥ୍ୟ ସୁପ୍ରିମକୋର୍ଟରେ ଅଛି।

ଏହା ବ୍ୟତୀତ ସେ କହିଛନ୍ତି, ଅଭିବ୍ୟକ୍ତିର ସ୍ବାଧୀନତା ଆମର ସାମ୍ବିଧାନିକ ଅଧିକାର। ମୁଁ ଏହି ଅଧିକାରକୁ ବ୍ୟବହାର କରୁଥିଲି। ସିବିଆଇ ମୁଖ୍ୟାଳୟକୁ ୧୯ ଜଣ ଏଏ ବିଧାୟକ ଏବଂ ୨ ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ଡକାଯାଇଥିଲା।
ପୋଲିସ ଶତ୍ରୁ ପରି ବ୍ୟବହାର କଲା। ମୋତେ ଟାଣି ନିଆଗଲା। ମୋ ଚେୟାରକୁ ଭଙ୍ଗାଯାଇଥିଲା। ମତେ ଆଘାତ ଲଗାଇବାର ପ୍ରୟାସ କରାଯାଇଥିଲା। ଏହା ଏକ ଅପରାଧିକ କାର୍ଯ୍ୟ, ଯାହା ପୋଲିସ ଅଧିକାରୀଙ୍କ ଦ୍ୱାରା ଭାଜପାର ନିର୍ଦ୍ଦେଶରେ କରାଯାଇଥିଲା। ମୁଁ ଏହା ବିରୋଧରେ ଅଧିକାର କମିଟିକୁ ନୋଟିସ ଦେଉଛି ଏବଂ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିବି।

ସଞ୍ଜୟ ସଂସଦର ବିଶେଷ ଅଧିକାର କମିଟିକୁ ନୋଟିସ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ପୋଲିସର ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ପୋଲିସର ଏହା ଏକ ଅପରାଧିକ କାର୍ଯ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri