ଦୁର୍ଘଟଣାରେ ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ହିଞ୍ଜିଳିକାଟୁ,୨୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତଳ ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହରିଶଙ୍କରରୁ ଦର୍ଶନ ସାରି କାର୍‌ରେ ବ୍ରହ୍ମପୁର ଫେରୁଥିବା ବେଳେ କୌଣସି କାରଣ ବଶତଃ କାର୍‌ଟି ରାସ୍ତା ଉପରେ ଏକ ଟ୍ରକ୍‌ର ପଛପଟେ ପିଟି ହୋଇଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ବ୍ୟକ୍ତିଙ୍କୁ ବ୍ରହ୍ମପୁର ବଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ଅଞ୍ଚଳର ଅଚ୍ୟୁତାନନ୍ଦ ପାତ୍ର (୫୨)। ସେ ଆସିକା କ୍ଷୁଦ୍ର ଜଳସମ୍ପଦ ବିଭାଗର ଯନ୍ତ୍ରୀ ଥିବା ସୂଚନା ମିଳିଛି। ଗୁରୁତରଙ୍କ ମଧ୍ୟରେ ମୃତକଙ୍କ ସ୍ତ୍ରୀ , ଶଳା ଓ ଶଳାଭାଉଜ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ମଙ୍ଗଳବାରଠୁ ସେମାନେ ହରିଶଙ୍କର ସମେତ ବିଭିନ୍ନ ଅଞ୍ଚଳକୁ କାର୍‌ରେ ବୁଲିବାକୁ ଯାଇଥିଲେ। ବ୍ରହ୍ମପୁର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ଅଚ୍ୟୁତାନନ୍ଦଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ମୃତକ ଓ ଗୁରୁତରଙ୍କୁ କାର୍‌ ଭିତରୁ ଉଦ୍ଧାର କରିବା ସହ ହିଞ୍ଜିଳି ଥାନାରେ ଖବର ଦେଇଥିଲେ। ଖବରପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri