ଆଜି ୯ ପ୍ରକଳ୍ପର ଶୁଭାରମ୍ଭ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଶୁକ୍ରବାର କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ୱାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନ୍‌ର ମଧ୍ୟ ଶୁଭାରମ୍ଭ କରିବେ। ବରଗଡ଼ ଜିଲାର ପଦ୍ମପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗିର ଜିଲାର ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ, ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ୍‌ ବ୍ଲକ୍‌, ବୌଦ୍ଧ ଜିଲା ସଂଗ୍ରହାଳୟର ସମ୍ପ୍ରସାରଣ, ଦେବଗଡ଼ ଜିଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ାର ମରାକୁଟାଠାରେ କହ୍ନେଇନାଳ ଉପରେ ପୋଲ, ଭବାନୀପାଟଣା ଟାଉନ୍‌ ହଲ ଓ ଜୁନାଗଡ଼ ଏନ୍‌ଏସିଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍‌ ଏବଂ ନୂଆପଡ଼ାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିବେ। ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପଯର୍‌ୟଟନ ସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ଡ୍ରେନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri