ଏକଲବ୍ୟ ବିଦ୍ୟାଳୟ ଜମି ଚିହ୍ନଟକୁ ଚାଷୀଙ୍କ ବିରୋଧ

ରାୟଗଡ଼ା ଅଫିସ,୨୧ା୧୦: ବହୁ ବିରୋଧ ପରେ ବି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ପ୍ରଧାନୀଗୁଡ଼ା ନିକଟରେ ପ୍ରଶାସନ ପକ୍ଷରୁ ଏକଲବ୍ୟ ଆଧୁନିକ ବିଦ୍ୟାଳୟ ନିମନ୍ତେ ଗୁରୁବାର ଜମି ଚିହ୍ନଟ ହୋଇଛି। ପୋଲିସ ଫୋର୍ସ ଉପସ୍ଥିତିରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରଧାନୀଗୁଡ଼ା ଏବଂ ମନେଇଗୁଡ଼ା ମୌଜାରେ ଏକଲବ୍ୟ ଆଧୁନିକ ବିଦ୍ୟାଳୟ ପାଇଁ ସରକାରୀ ଜମି ଚିହ୍ନଟ କରାଯାଇଛି। ତେବେ ଉକ୍ତ ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ବିରୋଧ ଜାରି ରହିଛି। ଜୀବନ ଦେଇଦେବୁ ପଛେ ଜମି ଛଡ଼ିବୁ ନାହିଁ ବୋଲି ସେମାନେ କହିଛନ୍ତି।
ଏକଲବ୍ୟ ମଡେଲ ବିଦ୍ୟାଳୟ ପାଇଁ ବୁଧବାର ତହସିଲଦାର ରଇତ, ରାଜସ୍ବ ଅଧିକାରୀ, ଅମିନ ଓ ସ୍ଥାନୀୟ ଥାନା ଅଧିକାରୀଙ୍କ ଉପସ୍ଥିତିରେ ଜମି ଚିହ୍ନଟ ଚାଲିଥିବାବେଳେ ଚାଷୀ ଏହାକୁ ବିରୋଧ କରିଥିଲେ। ଫଳରେ ବ୍ଲକ ପ୍ରଶାସନକୁ ନିରାଶ ହୋଇ ଫେରିବାକୁ ପଡ଼ିଥିଲା। ଗୁରୁବାର ପ୍ରଶାସନ ପକ୍ଷରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିଆଯାଇ ରାଜସ୍ବ ଅଧିକାରୀ ଓ ଅମିନ ପ୍ରମୁଖ ଜମି ଚିହ୍ନଟ କରୁଥିବା ବେଳେ ଚାଷୀମାନେ ଜମି ଚିହ୍ନଟ ନ କରିବା ପାଇଁ ଅଡି ବସିଥିଲେ। ଅନ୍ୟପକ୍ଷରେ ଗ୍ରାମର କେତେଜଣ ବ୍ୟକ୍ତି ଉକ୍ତ ସ୍ଥାନରେ ଏକଲବ୍ୟ ଆଧୁନିକ ବିଦ୍ୟାଳୟ କରାଯାଉ ବୋଲି ଦାବି କରିଥିଲେ।
ସୂଚନାଯୋଗ୍ୟ, ୨୦୨୧ ନଭେମ୍ବର ୧୫ରେ ପ୍ରଧାନୀଗୁଡ଼ାଠାରେ ଏକଲବ୍ୟ ଆଧୁନିକ(ମଡେଲ) ବିଦ୍ୟାଳୟର ସୂଚନା ଫଳକକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଗରିବ ପିଲାଙ୍କ ଉଚ୍ଚଶିକ୍ଷା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ଏହାକୁ ନେଇ ଗତ ୧୩ ତାରିଖରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ପରିଦର୍ଶନ କରି ତୁରନ୍ତ ଜମି ଚିହ୍ନଟ କରିବା ପାଇଁ ସ୍ଥାନୀୟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏ ବିଷୟରେ ତହସିଲଦାର ସୁଧାକର ରଇତଙ୍କୁ ପଚାରିବାରୁ ସେ କହିଛନ୍ତି, ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ସ୍ଥାନରେ ବିଦ୍ୟାଳୟ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ଜମି ମାପଚୁପ ସରିଛି। ତେଣୁ ଏହାକୁ କେହି ରୋକିପାରିବେ ନାହିଁ ବୋଲି ସେ କହିଛନ୍ତି। ଏସ୍‌ଡିପିଓ ଦେବଜ୍ୟୋତି ଦାସଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି, ବିଦ୍ୟାଳୟ ପାଇଁ ବହୁ ଲୋକଙ୍କ ସମର୍ଥନ ରହିଛି। ତେଣୁ ଏହିଠାରେ ହିଁ ବିଦ୍ୟାଳୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri