ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର, ୨୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ନିକଟରେ ସମସ୍ତ ବିଭାଗରେ ଠିକା ନିଯୁକ୍ତି ଉଚ୍ଛେଦ କରିଛନ୍ତି। ଏପରିକି ଠିକା କର୍ମଚାରୀଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ପ୍ରାଥମିକ ଶିକ୍ଷକଙ୍କ କ୍ଷେତ୍ରରେ ଠିକା ନିଯୁକ୍ତି ଉଚ୍ଛେଦ କରାଯାଇ ନାହିଁ, ଯାହାକୁ ନେଇ ପ୍ରାଥମିକ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ସରକାର କାର୍ଯ୍ୟକାରୀ ନ କଲେ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଗୁରୁବାର ଲୋହିଆ ଏକାଡ଼େମୀଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଚେତାବନୀ ଦିଆଯାଇଛି।
ସଂଘ ସଭାପତି ବ୍ରହ୍ମାନନ୍ଦ ମହାରଣା କହିଛନ୍ତି, ରାଜ୍ୟରେ ଆର୍ଥିକ ସଙ୍କଟ ଦେଖା ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସର୍ବପ୍ରଥମେ ୧୫ଶହ ଟଙ୍କାରେ ସ୍ବେଚ୍ଛାସେବୀ ଶିକ୍ଷା ସହାୟକ ନାମରେ ଉଚ୍ଚଶିକ୍ଷିତ ଯୁବକଯୁବତୀଙ୍କୁ ନିୟୋଜିତ କରିଥିଲେ। ପର୍ଯ୍ୟାୟକ୍ରମେ ଏଯାବତ୍‌ ସେମାନେ କନିଷ୍ଠ ଶିକ୍ଷକ ନାମରେ ଚୁକ୍ତିଭିତ୍ତିରେ ଶିକ୍ଷାଦାନ କରୁଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୬ ବର୍ଷ ନିରବଚ୍ଛିନ୍ନ କାର୍ଯ୍ୟ କରିଥିବା ଶିକ୍ଷା ସହାୟକ ବା କନିଷ୍ଠ ଶିକ୍ଷକଙ୍କୁ ସରକାରୀ ପ୍ରାଥମିକ ଶିକ୍ଷକ କରାଯାଇଛି। ୨୦୧୩ରୁ ରାଜ୍ୟ ସରକାର ଅନ୍ୟ ବିଭାଗରେ ଚୁକ୍ତିଭିତ୍ତିକ କର୍ମଚାରୀ ନିୟୋଜିତ କରି ସେମାନଙ୍କୁ ଇନିସିଆଲ ଆପଏଣ୍ଟିଜ୍‌ ନାମରେ ନାମିତ କଲେ। ବର୍ତ୍ତମାନ ରାଜ୍ୟ ସରକାର ଆପଏଣ୍ଟିଜ୍‌ଙ୍କ ଠିକା ନିଯୁକ୍ତିକୁ ଓଡ଼ିଶାରୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ସହିତ ସେମାନଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ବାରମ୍ବାର ଦାବି ସତ୍ତ୍ୱେ ସରକାର ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ଅଣଦେଖା କରି ଚାଲିଛନ୍ତି। ତୁରନ୍ତ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଠିକା ନିଯୁକ୍ତି ଉଚ୍ଛେଦ କରି ସେମାନଙ୍କ ୬ ବର୍ଷର କାର୍ଯ୍ୟକାଳକୁ ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସଂଘ ତରଫରୁ ଅନୁରୋଧ କରାଯାଇଛି। ନଚେତ୍‌ ରାଜ୍ୟରେ କାର୍ଯ୍ୟରତ ୭୦ ହଜାରରୁ ଊର୍ଦ୍ଧ୍ୱ ପ୍ରାଥମିକ ଶିକ୍ଷକ ଓ ସମସ୍ତ ଶିକ୍ଷକ ସଂଗଠନ ବ୍ଲକଠାରୁ ରାଜଧାନୀ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇବେ। ଶିକ୍ଷା କ୍ଷେତ୍ରରେ ଉପୁଜିବା ପରିସ୍ଥିତି ପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି ସଭାପତି କହିଛନ୍ତି। ଖବରଦାତା ସମ୍ମିଳନୀରେ ସଂଘର ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ସାହୁ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri