ରାତି ୮ରୁ ୧୦ ଫୁଟିବ ବାଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ସହରବାସୀ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି। ଏଥର ବାଣ ଫୁଟାଇବାକୁ ଅନୁମତି ଥିବାରୁ ଆତସବାଜିରେ ପ୍ରକମ୍ପିତ ହେବ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର। ତେବେ ଦୀପାବଳୀକୁ ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ପାଳନ କରିବାକୁ କମିଶନରେଟ ପୋଲିସ ପ୍ରସ୍ତୁତ ରହିଥିବାବେଳେ ବାଣ ବିକ୍ରି ଓ ଫୁଟାଇବା ପାଇଁ ଗୁରୁବାର ୧୯ଟି ଗାଇଡ୍‌ଲାଇନ୍‌ ଜାରି କରିଛି। ବାଣ ବିକ୍ରି କରୁଥିବା ଦୋକାନୀ ଓ ଲୋକମାନେ ନିୟମ ମାନିବାକୁ ପୋଲିସ ପକ୍ଷରୁ କୁହାଯାଇଛି। ଦୀପାବଳୀର ରାତି ୮ଟାରୁ ୧୦ଟା ମଧ୍ୟରେ ବାଣ ଫୁଟାଇବାକୁ ନିର୍ଦ୍ଦେଶ ରହିଛି। ହସ୍ପିଟାଲ୍‌, ଶିକ୍ଷାନୁଷ୍ଠାନ ଏବଂ କୋର୍ଟ ଆଦି ନିଷିଦ୍ଧାଞ୍ଚଳରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ବାଣ ଦୋକାନଗୁଡ଼ିକ ପରସ୍ପରଠାରୁ ଅତି କମ୍‌ରେ ତିନି ମିଟର ଦୂରତା ପାଳନ କରିବେ। ଦୋକାନଗୁଡ଼ିକ ପରସ୍ପରର ସମ୍ମୁଖୀନ ନ ହେବା ସହ ଦୋକାନର ଚଟାଣ କ୍ଷେତ୍ର ୧୦-୧୨ବର୍ଗ ମଧ୍ୟରେ ସୀମିତ ରହିବ। ଦୋକାନଠାରୁ ୫୦ ମିଟର ମଧ୍ୟରେ ବାଣ ଫୁଟାଯାଇ ପାରିବ ନାହିଁ। ତେଲରେ ଜଳୁଥିବା ଦୀପ, ଗ୍ୟାସ୍‌ ଲ୍ୟାମ୍ପ, ମହମବତୀ କିମ୍ବା ଖୋଲା ଆଲୋକ ବ୍ୟବହାର କରାଯିବ ନାହିଁ। ଗୋଟିଏ କ୍ଲଷ୍ଟରରେ ୫୦ରୁ ଅଧିକ ଦୋକାନକୁ ଅନୁମତି ଦିଆଯିବ ନାହିଁ। ଦୋକାନଗୁଡ଼ିକରେ ପର୍ଯ୍ୟାପ୍ତ ଅଗ୍ନି ନିର୍ବାପକ ଯନ୍ତ୍ର, ସୁବିଧା ଆଦି ବ୍ୟବସ୍ଥା ରଖାଯିବ। ଦୋକାନୀମାନେ କମ୍‌ ପ୍ରଦୂଷିତ ହେଉଥିବା ସବୁଜ ବାଣଗୁଡିକ ବିକ୍ରି କରିପାରିବେ। ଲୋକମାନେ ଲାଇସେନ୍ସପ୍ରାପ୍ତ ଦୋକାନରୁ ବାଣ କିଣିବେ। ବାଣଗୁଡ଼ିକ ୧୨୫ ଡେସିବିଲ୍‌ ଶବ୍ଦ ମଧ୍ୟରେ ରହିବ। ଦୋକାନୀମାନେ ବିଦେଶୀ ବାଣ ବିକ୍ରି କରିପାରିବେ ନାହିଁ। ଅନ୍‌ଲାଇନ୍‌ ବାଣ ବିକ୍ରିକୁ ବାରଣ କରାଯାଇଛି। ଏସବୁ ନିୟମକୁ ଉଲ୍ଲଂଘନ କଲେ ଆଇନ୍‌ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri