ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଇକୋ ରିଟ୍ରିଟ୍‌ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୩ା୧୦(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ତାପମାତ୍ରା ତଳମୁହାଁ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାର୍ବଣ ଋତୁରେ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ହେଇଛି। ଅଞ୍ଚଳରେ ଥିବା ହୋଟେଲ ରେଷ୍ଟୁରାଣ୍ଟରେ ବି ଭିଡ଼ ଜମିଲାଣି। ଗତ ଦୁଇବର୍ଷ ଧରି ଦାରିଙ୍ଗବାଡ଼ିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋ ରିଟ୍ରିଟ୍‌ ପ୍ରାୟ ୩ ମାସ ଧରି କରାଯାଉଥିବା ବେଳେ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଉକ୍ତ ଇକୋ ରିଟ୍ରିଟ୍‌ରେ ରାତ୍ରିଯାପନ କରିବାକୁ ପସନ୍ଦ କରିବା ସହ ଦାରିଙ୍ଗବାଡ଼ିର ପର୍ଯ୍ୟଟନସ୍ଥଳ ବୁଲିବାକୁ ପସନ୍ଦ କରନ୍ତି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଇକୋ ରିଟ୍ରିଟ୍‌ ପାଇଁ ଏକ ପାହାଡ଼କୁ ନିଆଯାଇଛି ଏବଂ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି। ପାହାଡ଼ରୁ ବଡ଼ବଡ଼ ପଥର ବାହାର କରାଯାଇ ଜମି ସମତଳ, ବିଦ୍ୟୁତ ସଂଯୋଗ,ରାସ୍ତା ସମ୍ପ୍ରସାରଣ, ପାନୀୟଜଳ ଯୋଗାଣ, କଟେଜ ନିର୍ମାଣ ଆଦି ସମସ୍ତ ବ୍ୟବସ୍ଥା କରାଯାଉଛି। ଉକ୍ତ ପାହାଡ଼ ଚାରିପଟେ ସୌନ୍ଦର୍ଯ୍ୟ ଭରପୂର ହୋଇରହିଥିବା ବେଳେ ଚାରିପଟେ ଦୃଶ୍ୟ ଅତିରୋମାଞ୍ଚକ ରହିଛି ଯାହାକି ଅତୀତରେ କରାଯାଇଥିବା ଇକୋ ରିଟ୍ରିଟ୍‌ ଠାରୁ ଏହା ସମ୍ପୂର୍ଣ୍ଣ ଭିନ୍ନ ରହିବ। ସେହିପରି ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରକୁ ବିକାଶ ଯୋଜନା କରାଯାଉଥିବା ଦାରିଙ୍ଗବାଡ଼ି ପ୍ରଶାସନ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୦୨୦ରୁ ଆରମ୍ଭ କରଯାଇଥିବା ଇକୋ ରିଟ୍ରିଟ୍‌ ପର୍ଯ୍ୟଟନ ବିଭାଗର ନିଜସ୍ବ ଜମିରେ କରାଯାଇଥିଲା। ଏଥିପାଇଁ ମୁକୁଳା ପଡ଼ିଥିବା ଉକ୍ତ ଜମିକୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ପାଚେରି ବୁଲାଯିବା ସହ ବିଦ୍ୟୁତ ସଂଯୋଗ, ପାନୀୟଜଳ ଯୋଗାଣ ସହ ପକ୍କା ରାସ୍ତା ନିର୍ମାଣ କରାଯାଇଥିଲା। ହେଲେ ତାହା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରି ନ ଥିଲା। ଫଳରେ ଜିଲା ପ୍ରଶାସନ ପୁଣି ଏକ ଜମି ଚି଼ହ୍ନଟ କରି ସେଠାରେ ଇକୋ ରିଟ୍ରିଟ୍‌ କାର୍ଯ୍ୟ ପାଇଁ କ୍ଷେତ୍ର ପ୍ରସ୍ତୁତ କାର୍ଯ୍ୟକୁ ଜୋରଦାର ଚଳାଇଛି। ଇକୋ ରିଟ୍ରିଟ୍‌ ଆସନ୍ତା ଡିସେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri