ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୨୩।୧୦: ଜାତୀୟ ଉଦ୍ୟାନ ଭିତରକନିକା ନିକଟ ହୁଇଲର ଦ୍ୱୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଶୁକ୍ରବାର ହୋଇଛି। ଦି ଡିଫେନ୍‌ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ (ଡିଆର୍‌ଡିଓ) ପକ୍ଷରୁ ଦୁଇମାସ ମଧ୍ୟରେ ଲଗାତର ମିଶାଇଲ ପରୀକ୍ଷଣ ଜାରି ରହିଛି। ଏହି ନିୟୁକ୍ଲିୟର ପରିବହନ କ୍ଷମତାଧାରୀ ମିଶାଇଲ ପରୀକ୍ଷଣ ସମୟରେ ଉତ୍ପନ୍ନ ଆଲୋକ ଓ ଧୂଅଁାର ପ୍ରଭାବ ସିଧାସଳଖ ଜାତୀୟଉଦ୍ୟାନ ମଧ୍ୟରେ ଥିବା ବିରଳ ଅଲିଭରିଡଲେଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ଗହୀରମଥା ଉପରେ ପଡୁଛି। ଫଳରେ ଚଳିତବର୍ଷ ଏହି କଇଁଛଙ୍କ ଆଗମନ ସଂଖ୍ୟା ହ୍ରାସ ପାଇବ ବୋଲି ପରିବେଶବିତମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି।
ଏ ସମ୍ପର୍କରେ ବନ୍ୟଜନ୍ତୁ ସୁରକ୍ଷା ସମିତି ସଭାପତି ବିଶ୍ୱଜିତ ମହାନ୍ତି କୁହନ୍ତି ଯେ, ଜାତୀୟ ଉଦ୍ୟାନ ଭିତରକନିକାର ପରିବେଶ ଏବେ ବିଗିଡିବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟ ସହ ତାଳ ଦେଇ ମନୁଷ୍ୟକୃତ କ୍ଷତି ବଢ଼ିଚାଲିଛି। ୨୦୧୯ର ଇକୋ ରିଟ୍ରିଟ ପେଣ୍ଠ ବେଳାଭୂମିରେ ଅନୁଷ୍ଠିତ ହୋଇଥିଲା। ଉତ୍ସବ ଶେଷରେ କୁଢ଼କୁଢ଼ ପଲିଥିନ ଗଦା ହୋଇଥିଲା। ଏହି ପଲିଥିନ ଅଲିଭରିଡଲେଙ୍କ ପାଇଁ ବିପଦ ସାଜୁଥିବା ବେଳେ ଏବେ ନିକଟସ୍ଥ ହୁଇଲର ଦ୍ୱୀପରୁ ଲଗାତର ମିଶାଇଲ ଟେଷ୍ଟିଂ ହେଉଛି। ପ୍ରତିବର୍ଷ ଏହି ସମୟରେ ଲକ୍ଷାଧିକ ଅଲିଭରିଡଲେ କଇଁଛଙ୍କ ଆଗମନ ହୋଇଥାଏ। ଏଥିପାଇଁ ଗହୀରମଥା ଅଞ୍ଚଳରେ ନଭେମ୍ବର ପହିଲାରୁ ମେ ୩୧ ଯାଏ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଥାଏ। ମିଶାଇଲ ପରୀକ୍ଷଣ ଏହି ବିରଳ ସାମୁଦ୍ରିକ ଜୀବଙ୍କୁ ପଥଭ୍ରଷ୍ଟ କରିବ। ସେ କହିଛନ୍ତି, ଅଲିଭରିଡଲେଙ୍କ ପ୍ରଜନନ ସମୟରେ ଟେଷ୍ଟ ଫାୟାରିଂ ନ କରିବାକୁ ତତ୍କାଳୀନ ଡିଆରଡିଓ ମୁଖ୍ୟ ଡ. ଅବଦୁଲ କଲାମଙ୍କୁ ପରିବେଶବିତ୍‌ ବାଙ୍କବିହାରୀ ଦାସ ଅନୁରୋଧ କରିଥିଲେ। ଏଥିସହ ହୁଇଲର ଦ୍ୱୀପର ଆଲୋକ କଇଁଛଙ୍କୁ ଦିଗଭ୍ରଷ୍ଟ୍ର କରୁଥିବା ତଥ୍ୟ ତାଙ୍କ ସମ୍ମୁଖରେ ରଖିଥିଲେ। ଏ ନେଇ ଆଲୋଚନା ପରେ କଇଁଛଙ୍କ ଆଗମନଠାରୁ ଶାବକଙ୍କ ପ୍ରସ୍ଥାନ ପର୍ଯ୍ୟନ୍ତ ସାମରିକ କର୍ତ୍ତୃପକ୍ଷ ସୁରକ୍ଷା ପ୍ରଦାନ କରାଯିବ ବୋଲି ଡ. କଲାମ ଆଶ୍ୱାସନା ଦେଇଥିଲେ। ତେବେ ତାଙ୍କ ପରଲୋକ ପରେ ମିଶାଇଲ ଟେଷ୍ଟ ଫାୟାରିଂ ଜାରି ରହିଛି। ସାମୁଦ୍ରିକ ଜୀବ ଓ ଅଲିଭରିଡଲେ କଇଁଛ ସୁରକ୍ଷା ସମିତି ସଭାପତି ହେମନ୍ତ କୁମାର ରାଉତ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ଭିତରକନିକାର ପରିବେଶକୁ ବିଗାଡ଼ି ଦେଇଛି। ଗତ ବର୍ଷକ ମଧ୍ୟରେ କଇଁଛଙ୍କ ଅନ୍ୟତମ ଅନ୍ତୁଡିଶାଳ ଅଗରନାଶୀ ଦ୍ୱୀପ ସମୁଦ୍ର ମଧ୍ୟରେ ଲୀନ ହୋଇଛି। ସେହିପରି ବିଭିନ୍ନ ସମୟରେ ହେଉଥିବା ସାମୁଦ୍ରିକ ଝଡ଼ ଓ ଜୁଆରରେ ନାଶୀ-୨ର ତଟକ୍ଷୟ କରିଛି। ଏହି ସ୍ଥାନରେ ଅଲିଭରିଡଲେଙ୍କ ଭିଡ ଅଧିକ ହୋଇଥାଏ। ତଟକ୍ଷୟ ସହ ହୁଇଲର ଦ୍ୱୀପରୁ ଲଗାତର କ୍ଷେପଣାସ୍ତ୍ର ପରୀକ୍ଷା କଇଁଛଙ୍କ ଆଗମନ ଉପରେ ପ୍ରଭାବ ପକାଇବ। ପରିବେଶବିତ୍‌ ଜଗନ୍ନାଥ ଦାସ କହିଛନ୍ତି, ତଟାଞ୍ଚଳରେ ଚିଙ୍ଗୁଡି ଘେରି ପରିବେଶକୁ ନଷ୍ଟ କରୁଥିବା ବେଳେ କ୍ଷେପଣାସ୍ତ୍ର ପରୀକ୍ଷା ଶୁଭଙ୍କର ନୁହେଁ। ଏ ନେଇ ବନ ବିଭାଗ ଓ ଡିଆରଡିଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଆଲୋଚନା ହେବା ଜରୁରୀ। ଏ ସମ୍ପର୍କରେ ଗହୀରମଥା ରେଞ୍ଜ ଅଧିକାରୀ ମାନସ କୁମାର ଦାସଙ୍କୁ ପଚାରିବାରେ ଅଲିଭରିଡେଲ କଇଁଛଙ୍କ ଆଗମନ ସମ୍ପର୍କରେ ଡିଆରଡିଓକୁ ଚିଠି ଦ୍ୱାରା ସୂଚନା ଦିଆଯାଇଛି। ଖୁବ୍‌ଶୀଘ୍ର ଏ ନେଇ ଅଧିକ ଆଲୋଚନା ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri