ଭରା ନଦୀରେ ବାଜି ଲାଗୁଛି ଜୀବନ

ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରି ଦେଖିବାକୁ ବିଳିଛି ମାଲାକନଗିରି ଜିଲା ମାଥିଲି ବ୍ଲକରେ। ଏହି ବ୍ଲକର ଧୁଙ୍ଗିଆପୁଟ ପଞ୍ଚାୟତରେପ୍ରେବାହିତ ହେଉଛି ଅଟାଲଗୁଡ଼ା ନଦୀ। ନଦୀ ଉପରେ ଅଟାଲଗୁଡା, ଗୋଜିଆଗୁଡା, ଚୁରାକାନ, ଅନ୍ଧାରିଜବା, କହ୍ନାଡି, ପଦେଇକନ୍ଦ୍ରା, ମାଳିଗୁଡା, ମୁକୁଡୁ ଆଦି ନଅ ଖଣ୍ଡ ଗ୍ରାମର ପ୍ରାୟ ଦୁଇ ହଜାରରୁ ଉଦ୍ଧର୍‌ବ ଲୋକ ନିର୍ଭର କରିଥାନ୍ତି। ଗ୍ରାମବାସୀ ହାଟ, ବଜାର, ଡାକ୍ତରଖାନା ତହସିଲ, ବ୍ଲକ, ପଞ୍ଚାୟତ କାର୍ଯ୍ୟାଳୟକୁ ନିଜ କାର୍ଯ୍ୟରେ ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର ହୋଇ ଯାଇଥାନ୍ତି। ନଦୀ ଆରପଟେ ବ୍ଲକ, ତହସିଲ, କଲେଜ, ଡାକ୍ତରଖାନା, ଥାନା, ହାଟ, ବଜାର ଥିବାରୁ ପଦୀପାର ହୋଇ ଯିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନାହିଁ। ଭଗ୍ରାମବାସୀଙ୍କ ସୁବିଧା ପାଇଁ ତତ୍କାଳୀନ ବିଧାୟକ ଡମ୍ବରୁ ଶିସା ୨୦୧୭ରେ ପୋଲ ନିର୍ମାଣ ଲାଗି ଶିଳାନ୍ୟାଶ କରିଥିଲେ। ଏଥିପାଇଁ ୮୧ ଲକ୍ଷ ୫୪ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ପୋଲ ନିର୍ମାଣ ସେହିବର୍ଷ ଆରମ୍ଭ ହୋଇ ୨୦୧୮ରେ ଶେଷ ହେବା କଥା। ମାତ୍ର ୫ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ଶେଷ ହୋଇପାରିନାହିଁ। କାର୍ଯ୍ୟ କରୁଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ଆମକୁ ଦୁର୍ଦ୍ଦଶା ଭୋଗିବାକୁ ପଡୁଛି ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଶୀଘ୍ର ପୋଲ ନିର୍ମାଣ ଦିଗରେ ବ୍ଲକ ଓ ଜିଲା ପ୍ରଶାସନ ପଦକ୍ଷେପ ନ ନେଲେ ଆମେ ଆନ୍ଦୋଳନ କରିବୁ ବୋଲି ଚେତାବନୀ ଦେଇଛନ୍ତି ୯ଖଣ୍ଡ ଗ୍ରାମର ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri