ଭଉଣୀଙ୍କୁ ମାଡ଼ମାରି ଜେଲ ଗଲେ ଭାଇ

ବ୍ରହ୍ମପୁର ଅଫିସ,୨୩ା୧୦: ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଭଉଣୀଙ୍କୁ ମାଡ଼ମାରିବା ଅଭିଯୋଗରେ ପୋଲିସ ତାଙ୍କ ଭାଇଙ୍କୁ ଗିରଫ କରିଛି। ସେ ହେଲେ ମହମ୍ମଦ ଜଲାଲ ସରିଫ। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୩୦୯/୨୨) ରୁଜୁ କରି ସରିଫଙ୍କୁ କୋର୍ଟ ଚାଲାଣ କରିଛି।

ପ୍ରକାଶ ଯେ, ମହମ୍ମଦ ସରିଫଙ୍କ ଭଉଣୀ ଅମରିନ ବେଗମ୍‌ ଆନ୍ଧ୍ରପ୍ରଦେଶରେ ବିବାହ କରିଥିଲେ। ହେଲେ ସେ ପ୍ରାୟ ସମୟରେ ବାପ ଘରେ ରହି ଆସୁଛନ୍ତି। ଏହାକୁ ନେଇ ଭଉଣୀ ଭାଇଙ୍କ ମଧ୍ୟରେ ବିଭିନ୍ନ ସମୟରେ କଳହ ଲାଗି ରହୁଥିଲା। ଦୁଇଦିନ ତଳେ ଘରର ଏକ ଗ୍ରାଇଣ୍ଡରକୁ ସରିଫ ଭାଙ୍ଗି ଦେଇଥିଲେ। ଏନେଇ ଘରେ ଥିବା ବୃଦ୍ଧ ବାପା ପଚାରିବାରୁ ସରିଫ ତାଙ୍କୁ ଆକ୍ରମଣ କରିଥିଲେ। ବାପାଙ୍କୁ କାହିଁକି ମାରୁଛ ବୋଲି ଅମରିନ ପ୍ରତିବାଦ କରିବାରୁ ସରିଫ ତାଙ୍କ ତଣ୍ଟି ଚିପି ମୁହଁକୁ ବାରମ୍ବାର ମୁଥ ମାରିଥିଲେ। ଫଳରେ ଭଉଣୀଙ୍କ ନାକରୁ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଏ ନେଇ ସେ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ତଦନ୍ତ ପରେ ସରିଫଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri