ସ୍ତ୍ରୀଙ୍କୁ ହାଣି ହତ୍ୟା, ସ୍ବାମୀ ଫେରାର

ପାରଳାଖେମୁଣ୍ଡି,୨୩ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ସେରଙ୍ଗ ଥାନା ଅଧୀନ ବାଇଝଲ ନିକଟ କୁଣ୍ଡିଡା ଗ୍ରାମରେ ରବିବାର ପାରିବାରିକ କଳହରୁ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ କଟୁରି ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ଗୁଡି ଦଳବେହେରା। ସେରଙ୍ଗ ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସ୍ବାମୀ ଇଲାନ ଦଳବେହେରା ଫେରାର୍‌ ହୋଇଯାଇଛନ୍ତି।

ଝିଅର ସ୍ବାସ୍ଥ୍ୟ ଖରାପ ଥିବାରୁ ତାକୁ ଚିକିତ୍ସା ପାଇଁ ହସ୍ପିଟାଲ ନେବାକୁ ଗୁଡି ତାଙ୍କ ସ୍ବାମୀ ଇଲାନ୍‌ଙ୍କୁ କହିଥିଲେ। ଏହାକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଉତ୍‌କ୍ଷିପ୍ତ ହୋଇ ଗୁଡିଙ୍କୁ ଇଲାନ୍‌ ମାଡ଼ ମାରିଥିଲେ। ଏଥିରେ ଭୟଭୀତ ହୋଇ ସେ ବାହାରକୁ ଦୌଡି ପଳାଉଥିବା ବେଳେ ଇଲାନ୍‌ କଟୁରୀ ଧରି ତାଙ୍କ ପଛରେ ଗୋଡାଇ ହାଣି ଦେଇଥିଲେ। ମୁଣ୍ଡରେ ଖଣ୍ଡାଚୋଟ ବାଜି ମା’ ରାସ୍ତା ଉପରେ ଟଳି ପଡ଼ିବା ଦେଖି ପୁଅ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ଗ୍ରାମବାସୀ ପହଞ୍ଚିବା ବେଳକୁ ଗୁଡିଙ୍କ ପ୍ରାଣବାୟୁ ଉଡି ଯାଇଥିଲା। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ କଟୁରୀ ଜବତ ହୋଇଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ସେରଙ୍ଗ ଥାନା ଅଧିକାରୀ ଅଶୋକ କୁମାର ହାସଂଦା କହିଛନ୍ତି। ଅଭିଯୁକ୍ତ ଇଲାନଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଚଲାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri