ଦୀପାବଳିରେ ଭିଜିବ ଉପକୂଳ

ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଆଗାମୀ ୧୨ଘଣ୍ଟା ଯାଏ ନିଜ ଗତିର ଦିଗ ବଜାୟ ରଖିବା ସହ ପରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଦୀପାବଳିରେ ଉପକୂଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର-ଉପକୂଳରେ ସାମାନ୍ୟ ଅଧିକ ପ୍ରଭାବ ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଆଦି ୬ ଜିଲାକୁ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକରେ ୭ ରୁ ୧୧ ସେମି ମଧ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ସମେତ ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ ଏବଂ ବୁଧବାର ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି।
ସେପଟେ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦରଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗୋପାଳପୁର, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଙ୍କେତ-୩ ଦିଆଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ମଧ୍ୟ ବାରଣ କରାଯାଇ ଆସୁଛି। ଅପରପକ୍ଷେ ରବିବାର ସାରା ଦେଶରୁ ମୌସୁମୀ ବିଦାୟ ନେଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri