ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡି,୨୪ା୧୦(ଡି.ଏନ୍‌.ଏ.): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ପାରଦ ତଳମୁହାଁ ହେଉଛି। ସେପଟେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦାରିଙ୍ଗବାଡି଼କୁ ପର୍ଯ୍ୟଟକ ଆସିଲେଣି। ଅଞ୍ଚଳରେ ଥିବା ହୋଟେଲ ରେଷ୍ଟୁରାଣ୍ଟରେ ଭିଡ ଜମିଲାଣି। ଗତ ଦୁଇବର୍ଷ ଦାରିଙ୍ଗବାଡିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋ ରିଟ୍ରିଟ ପ୍ରାୟ ୩ମାସ ଧରି କରାଯାଉଥିବା ବେଳେ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଆସି ସେଠାରେ ରାତ୍ରିଯାପନ କରିବା ସହ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ବୁଲିବାକୁ ପସନ୍ଦ କରୁଥିବା ଦେଖାଯାଉଥିଲା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଇକୋ ରିଟ୍ରିଟ ଏକ ପାହାଡକୁ ନିଆଯାଇଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଏହାର କାର୍ଯ୍ୟ ଚାଲଛି। ପାହାଡ଼ରୁ ବଡ଼ ବଡ଼ ପଥର ବାହାର କରାଯାଇ ଜମି ସମତଳ, ବିଦ୍ୟୁତ ସଂଯୋଗ, ରାସ୍ତା ସମ୍ପ୍ରସାରଣ, ପାନୀୟଜଳ ଯୋଗାଣ, କର୍ଟେଜ ନିର୍ମାଣ ଆଦି ସମସ୍ତ ବ୍ୟବସ୍ଥା କରାଯାଉଛି। ଯୁଦ୍ଧକାଳୀନଭିତ୍ତିରେ କାର୍ଯ୍ୟ ଚାଲିଛି। ଉକ୍ତ ପାହାଡ଼ ଚାରିପଟେ ସୌନ୍ଦର୍ଯ୍ୟ ଭରପୁର ହୋଇରହିଥିବା ବେଳେ ଚାରିପଟର ଦୃଶ୍ୟ ଅତି ଆମୋଦଦାୟକ ରହିଛି। ଯାହାକି ଅତୀତରେ କରାଯାଇଥିବା ଇକୋ ରିଟ୍ରିଟଠାରୁ ଏହା ସମ୍ପୂର୍ଣ୍ଣ ଭିନ୍ନ ରହିବ। ସେହିପରି ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ବିକାଶ କରାଯିବାକୁ ଯୋଜନା କରଯାଉଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ୨୦୨୦ରୁ ଆରମ୍ଭ କରଯାଇଥିବା ଇକୋ ରିଟ୍ରିଟ ପର୍ଯ୍ୟଟନ ବିଭାଗର ନିଜସ୍ବ ଜମିରେ କରାଯାଇଥିଲା। ଏଥିପାଇଁ ମୁକୁଳା ପଡିଥିବା ଉକ୍ତ ଜମିକୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ପାଚେରି ବୁଲାଯିବା ସହ ବିଦ୍ୟୁତ ସଂଯୋଗ, ପାନୀୟଜଳ ଯୋଗାଣ ଓ ପକ୍କା ରାସ୍ତା ଆଦି ନିର୍ମାଣ କରାଯାଇଥିଲା। ତଥାପି ତାହା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରି ନ ଥିଲା । ତେଣୁ ପ୍ରଶାସନ ପୁଣି ଏକ ଜମି ଚି଼ହ୍ନଟ କରି ସେଠାରେ ଇକୋ ରିଟ୍ରିଟ ପାଇଁ କ୍ଷେତ୍ର ପ୍ରସ୍ତୁତ କାର୍ଯ୍ୟକୁ ଜୋରଦାର ଚଳାଇଛି। ଇକୋ ରିଟ୍ରିଟ ଆସନ୍ତା ଡିସେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri