Posted inଜାତୀୟ

ଏସିଆର ୧୦ଟି ପ୍ରଦୂଷିତ ସହର ତାଲିକାରୁ ବାଦ୍‌ ପଡ଼ିଲା ଦିଲ୍ଲୀ: କେଜ୍‌ରିଓ୍ବାଲଙ୍କ ଦାବି

ନୂଆଦିଲ୍ଲୀ,୨୪।୧୦: ଦୀପାବଳି ଦିନ ଦିଲ୍ଲୀରେ ଅତ୍ୟଧିକ ଖରାପ ବାୟୁ ସତ୍ତ୍ୱେ ଏସିଆର ପ୍ରଦୂଷିତ ୧୦ଟି ସହର ତାଲିକାରେ ରାଜଧାନୀବାଦ୍‌ ପଡ଼ିଛି। କୁହାଯାଉଛି, ଦୀପାବଳି ରାତିରେ ବାୟୁର ଗୁଣବତ୍ତା ଆହୁରି ଖରାପ ହୋଇପାରେ। ଅନ୍ୟପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାବି କରି କହିଛନ୍ତି, ଏସିଆର ପ୍ରଦୂଷିତ ୧୦ଟି ସହର ମଧ୍ୟରେ ଦିଲ୍ଲୀର ନାମ ନାହିଁ। ଏହି ତାଲିକାରେ ଭାରତର ୮ଟି ସହର ରହିଛି। ସୋମବାର କେଜ୍‌ରିଓ୍ବାଲ ଟୁଇଟରେ ଏକ ଗଣମାଧ୍ୟମ ରିପୋର୍ଟକୁ ଶେୟାର କରି କହିଛନ୍ତି ଯେ, କିଛି ବର୍ଷ ପୂର୍ବେ ଦିଲ୍ଲୀ ଦୁନିଆର ସବୁଠାରୁ ପ୍ରଦୂଷିତ ସହର ଥିଲା। କିନ୍ତୁ ଏବେ ଆଉ ନାହିଁ। ଏଥିପାଇଁ ଦିଲ୍ଲୀର ଲୋକମାନେ କଠିନ ପରିଶ୍ରମ କରିଛନ୍ତି। ଆଗକୁ ବି ଆହୁରି କଠିନ ପରିଶ୍ରମ ଜାରି ରଖିବୁ, ଯାହା ଦ୍ୱାରା ଦେଶର ରାଜଧାନୀ ଦିଲ୍ଲୀ ଦୁନିଆର ସର୍ବୋତ୍ତମ ସହର ମଧ୍ୟରେ ସ୍ଥାନିତ ହୋଇପାରିବ। ଦିଲ୍ଲୀକୁ ବିଶ୍ୱର ସର୍ବୋତ୍ତମ ସହର କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri