ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ

ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା ଗ୍ରାମରେ। ମୃତକ ହେଲେ ଭୁବନ ମୁଣ୍ଡା (୪୮)। ସୂଚନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ଭୁବନ ସୋମବାର ଦିନ ମଧ୍ୟ ନିକଟସ୍ଥ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇଥିଲେ। ହେଲେ କୌଣସି କାରଣରୁ ସେ ଜଙ୍ଗଲରେ ଗାଈଗୁଡିକ ଛାଡ଼ି ଦେଇ ଘରକୁ ପଳାଇ ଆସିଥିଲେ। ଏହା ଦେଖି ଘରେ ଥିବା ନିଶାସକ୍ତ ଅବସ୍ଥାରେ ଥିବା ଭୁବନଙ୍କ ପୁଅ ଆକାଶ ମୁଣ୍ଡା (୧୯) ରାଗିଯାଇ ତାଙ୍କ ସହିତ ଝଗଡା କରିବା ସହିତ ଏକ ଠେଙ୍ଗାରେ ପିଟି ପିଟି ଘରୁ ସେହି ଜଙ୍ଗଲକୁ ନେଇଥିଲେ। ଏହାପରେ ସେଠାରେ ନିସ୍ତୁକ ମାଡ଼ ମାରିବାରୁ ଭୁବନ ତଳେ ପଡି ଯାଇଥିଲେ। ଫଳରେ ନିଶାସକ୍ତ ପୁଅ ଆକାଶ ମୁଣ୍ଡା ହିତାହିତ ଜ୍ଞାନ ଭୁଲି ତଳେ ପଡିଥିବା ବାପା ଭୁବନଙ୍କୁ ପଥରରେ ବାରମ୍ବାର ଛେଚି ଜୀବନରେ ମାରିଦେଇ ସେଠାରୁ ପଳେଇ ଯାଇଥିଲେ। ଗ୍ରାମର କିଛି ଲୋକ ଦେଖି ଭୁବନଙ୍କ ଘରକୁ ଖବର ଦେବାରୁ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିବା ସହିତ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଲହୁଣୀପଡ଼ା ପୋଲିସ ଓ ସାଇଣ୍ଟିଫିକ ଦଳ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଲହୁଣୀପଡ଼ା ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି। ଏହାସହିତ ଅଭିଯୁକ୍ତ ପୁଅ ଆକାଶ ମୁଣ୍ଡାଙ୍କୁ ପୋଲିସ ଗିରଫ କରି ପଚରାଉଚରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri