ବଢ଼ିବ ଥଣ୍ଡା

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ସମ୍ଭାବ୍ୟ ବାତ୍ୟା ବିପଦ ମଧ୍ୟ ଟଳିଯାଇଛି। ବାତ୍ୟାର ବ୍ୟାସାର୍ଦ୍ଧ ୯୦୦ରୁ ୧୧୦୦ କିମି ମଧ୍ୟରେ ରହିଥିଲା। ଏହା ଏକ ବୃହତ୍‌ ଅଞ୍ଚଳରେ ରହିଥିବାରୁ ଜଳୀୟକଣା ଯୋଗାଡ଼ କରିପାରି ନ ଥିଲା। ଏହା କେବଳ ଲଘୁଚାପରୁ ବାତ୍ୟାରେ ପରିଣତ ହୋଇଥିଲା। ପାଗ ଅନୁକୂଳ ନ ଥିବାରୁ ଅତି ଭୟଙ୍କର ବାତ୍ୟା (ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରୂପ ନେଇପାରି ନ ଥିଲା। ଫଳରେ ଏହା ସମୁଦ୍ରରୁ ସ୍ଥଳଭାଗକୁ ଆସିବା ବେଳକୁ ଦୁର୍ବଳ ହୋଇ ଯାଇଥିଲା। ବାତ୍ୟା ଯିବା ପରେ ରାଜ୍ୟରେ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆସନ୍ତା ୨/୩ ଦିନ ମଧ୍ୟରେ ପାରଦ ଆହୁରି ୩ରୁ ୪ ଡିଗ୍ରୀ ତଳକୁ ଖସିବ। ୨୮ ତାରିଖ ସୁଦ୍ଧା ଶୀତ ବଢ଼ିବା ଆରମ୍ଭ କରିବ। ଉପକୂଳଠାରୁ ଉପାନ୍ତ ସବୁଠି ପାରଦ ତଳମୁହାଁ ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୬.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୭, ସୋନପୁର ୧୭.୨, ଭବାନୀପାଟଣା ୧୭.୫, ହୀରାକୁଦ ୧୮.୭, କେନ୍ଦୁଝର ୧୮.୬, ଝାରସୁଗୁଡା ୧୮.୬, ବୌଦ୍ଧରେ ୧୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri