Posted inଜାତୀୟ

ଆଜି ଦାୟିତ୍ୱ ନେବେ ଖାର୍ଗେ

ନୂଆଦିଲ୍ଲୀ,୨୬।୧୦ (ପି.ଟି.): ନବନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଉତ୍ସବ ଲାଗି ଏଆଇସିସି ମୁଖ୍ୟାଳୟରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ୨୪ ବର୍ଷ ପରେ ଜଣେ ଅଣଗାନ୍ଧୀ ସର୍ବପୁରାତନ ଦଳର ନେତୃତ୍ୱ ନେବେ। ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବେ। ଗତ ୧୭ ତାରିଖରେ ଅନୁଷ୍ଠିତ ନିର୍ବାଚନରେ ଖାର୍ଗେ ଥିରୁଭାନନ୍ତପୁରମ୍‌ ଏମ୍‌ପି ଶଶୀ ଥରୁରଙ୍କୁ ପରାସ୍ତ କରିଥିଲେ। ଏଆଇସିସି ମୁଖ୍ୟାଳୟ ଲନ୍‌ରେ ଟେଣ୍ଟ କରାଯିବା ସହ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠକୁ ପ୍ରସ୍ତୁତ କରାଯାଇଛି। ବୁଧବାର ଆୟୋଜନ ହେବାକୁ ଥିବା ଉତ୍ସବରେ ଦଳର କେନ୍ଦ୍ରୀୟ ନିର୍ବାଚନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରି ବରିଷ୍ଠ ନେତା ଖାର୍ଗେଙ୍କୁ ନିର୍ବାଚନ ସାର୍ଟିଫିକେଟ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ରହିବେ। ୮୦ ବର୍ଷୀୟ ଖାର୍ଗେ ପୂର୍ବରୁ କର୍ନାଟକ ବିଧାନସଭାରେ ବିରୋଧୀ ଦଳ ନେତା, ଲୋକ ସଭାରେ କଂଗ୍ରେସର ନେତା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଥିଲେ। ଦଳ ବିଭିନ୍ନ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବାବେଳେ ଖାର୍ଗେଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ଏହି ଦଳ ରାଜସ୍ଥାନ ଓ ଛତିଶଗଡ଼ରେ କ୍ଷମତାରେ ଥିବାବେଳେ ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌ ସହ ମିଶି ସରକାର ଗଢ଼ିଛି। ନିର୍ବାଚନ ହେବାକୁ ଥିବା ହିମାଚଳପ୍ରଦେଶ ଓ ଗୁଜରାଟରେ କଂଗ୍ରେସକୁ କ୍ଷମତାକୁ ଫେରାଇବା ଖାର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ହେବ। ନଭେମ୍ବର ୧୨ରେ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁଜରାଟ ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ୨୦୨୩ରେ ୯ଟି ରାଜ୍ୟରେ ନିର୍ବାଚନ ରହିଛି। ଏଥିସହିତ ୨୦୨୪ ସାଧାରଣ ନିର୍ବାଚନ ଲାଗି ସବୁ ବିରୋଧୀ ଦଳଙ୍କୁ ଏକାଠି କରିବା ଖାର୍ଗେଙ୍କ ପାଇଁ ଅନ୍ୟତମ ବଡ଼ ଚ୍ୟାଲେଞ୍ଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri