Posted inଜାତୀୟ

ଆଜମ ଖାନଙ୍କୁ ୩ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୭।୧୦: ସମାଜବାଦି ପାର୍ଟିର ବରିଷ୍ଠ ନେତା ତଥା ରାମପୁରର ବିଧାୟକ ଆଜମ ଖାନଙ୍କୁ ଉତ୍ତେଜନାମୂଳକ ଭାଷଣ ଦେବା ଅଭିଯୋଗରେ କୋର୍ଟ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ତାଙ୍କୁ ୨୫ ହଜାର ଜୋରିମାନା ମଧ୍ୟ କରାଯାଇଛି। ତାଙ୍କ ବିଧାନସଭାର ସଦସ୍ୟତା ପଦ ଯିବା ସମ୍ଭାବନା ସୃଷ୍ଟି ହୋଇଛି। ଦୀର୍ଘ ୧.୩୦ ଘଣ୍ଟାର ବିତର୍କ ପରେ କୋର୍ଟ ଏହି ରାୟ ଦେଇଛନ୍ତି। ଆଜମ ଖାନ ରାମପୁରର ୧୦ଥର ବିଧାୟକ ଏବଂ ଏସପିର ପ୍ରତିଷ୍ଠାତା ସଦସ୍ୟମାନଙ୍କ ମଧ୍ୟରୁ ଜଣେ।
ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଆଜମ ଉତ୍ତେଜନାମୂଳକ ଭାଷଣ ଦେଇଥିଲେ। ୨୭ ଜୁଲାଇ ୨୦୧୯ରେ ଭାଜପା ନେତା ଆକାଶ ସକ୍ସେନା ଆଜମଙ୍କ ବିରୋଧରେ ମାମଲା ଦାୟର କରିଥିଲେ। ଅଭିଯୋଗ ହୋଇଛି ଯେ, ରାମପୁରର ମିଲାକ ବିଧାନସଭା ଆସନରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବାବେଳେ ଆଜମ ମୁଖ୍ୟମନ୍ତ୍ରୀ ଯୋଗୀ, ପ୍ରଧାନମନ୍ତ୍ରୀ ମୋଦି ଏବଂ ତତ୍କାଳୀନ ଡିଏମ ବିଷୟରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିଲେ। ୩ ବର୍ଷ ପରେ ଆଜମଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ ଏବଂ ଦଣ୍ଡ ଘୋଷଣା କରିଥିଲେ।
ଦଣ୍ଡ ଘୋଷଣା ପୂର୍ବରୁ କୋର୍ଟ ପରିସରରେ ସୁରକ୍ଷା ବୃଦ୍ଧି କରାଯାଇଥିଲା। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ଏବଂ କୋର୍ଟ କମ୍ପ୍ଲେକ୍ସ ଫାଟକ ନିକଟରେ ପୋଲିସ କର୍ମଚାରୀମାନେ ହାଇ ଆଲର୍ଟରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri