ଦୋଷୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ: ଭାଜପା

ଭୁବନେଶ୍ବର,୨୮ା୧୦(ବ୍ୟୁରୋ): ମହିଳାଙ୍କୁ ନିର୍ଯାତନା, ଯୁବକଙ୍କୁ ବେକାର, ଭ୍ରଷ୍ଟାଚାର, ଦୁର୍ନୀତି, ଯୌନ କେଳେଙ୍କାରୀ, ଅପରାଧ ଓ ସମାଜକୁ ନଷ୍ଟ କରିବା ଭଳି ବିଭିନ୍ନ କାର୍ଯ୍ୟ ବିଜେଡି ଦୀର୍ଘ ୨୨ ବର୍ଷ ଶାସନରେ କରିଛି। ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା ଓ ଭୁବନେଶ୍ୱରର ଅର୍ଚ୍ଚନା ନାଗ କେଳେଙ୍କାରୀ ଘଟଣା ସମେତ ଦୁର୍ନୀତି, ଟେଣ୍ଡର ଫିକ୍ସିଂ, ମନି ଲଣ୍ଡରିଂରେ ଶାସକ ଦଳର ମାଳ ମାଳ ମନ୍ତ୍ରୀ, ବିଧାୟକ ଓ ନେତା ସଂଶ୍ଳିଷ୍ଟ। ଓଡ଼ିଶାବାସୀ ଟିକସ ଦେଉଥିବା କୋଟି କୋଟି ଟଙ୍କା ବିଜେଡିର ନେତାଙ୍କ ବିଳାସବ୍ୟସନରେ ଲାଗୁଛି। ଶାସକ ଦଳ ନେତାଙ୍କ ପୃଷ୍ଠପୋଷକତା, ତତ୍ତ୍ୱାବଧାନରେ ଅପରାଧ କରାଯିବା ସହ ଅପରାଧୀ ସୃଷ୍ଟି କରାଯାଇ ଓଡ଼ିଶାବାସୀଙ୍କୁ ଶୋଷଣ କରାଯାଉଛି। ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା କରିବା ପୂର୍ବରୁ ଜଣେ ବନ୍ଧୁଙ୍କୁ ଫୋନ କରି ତାଙ୍କ ଆତ୍ମହତ୍ୟା ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନାମ ନେଇଥିବା ଅଡିଓ ଭାଇରାଲ ହୋଇଥିଲା। ବିନ୍ଦାସ ଚିନୁ, ମୁନା ମହାପାତ୍ର ମଧ୍ୟ ସ୍ବର୍ଗତ ସାହୁଙ୍କୁ ଆତ୍ମହତ୍ୟା ଲାଗି ଦାୟୀ ବୋଲି ଅଡିଓ ଭାଇରାଲ ହୋଇଥିଲେ ମଧ୍ୟ କାହିଁକି ଓଡ଼ିଶା ପୋଲିସ ଏହି ୩ ଅଭିଯୁକ୍ତଙ୍କୁ ଗିରଫ ନ କରି ଘଣ୍ଟ ଘୋଡ଼ାଇଛି ବୋଲି ଭାଜପା ପ୍ରଶ୍ନ କରିଛି। ଏହାର ପ୍ରତିବାଦରେ ଗୁରୁବାର ରାଜଭବନ ସମ୍ମୁଖରେ ଉକତ୍ଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତି ତଳେ ବୁଦ୍ଧିଜୀବୀମାନେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି। ଶାସକ ଦଳର ମନ୍ତ୍ରୀ, ବିଧାୟକ ଓ ନେତାଙ୍କୁ ଦୁର୍ନୀତି, ଭ୍ରଷ୍ଟାଚାରୀ ଏବଂ କେଳେଙ୍କାରୀ କରିବା ଲାଗି ଶାସକ ଦଳର ମୁଖିଆ ପ୍ରଶ୍ରୟ ଦେଉଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri