ପଞ୍ଚମ ଧିଙ୍ଗୁଆନ୍‌ ମହୋତ୍ସବ: ଯୋଗଦେଲେ ୨୮ ଧିଙ୍ଗୁଆନ୍‌ ଦଳ

ପାଟଣା,୨୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ କୁଣ୍ଡଳା ପଞ୍ଚାୟତ ଅନ୍ତର୍ଗତ କୁଣ୍ଡଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କୁଡୁମୀ ସମ୍ପ୍ରଦାୟର ଲୋକ କଳା, ସଂସ୍କୃତି ଓ କୁଡୁମାଲି ଭାଷା ସମ୍ବଳିତ ପଞ୍ଚମ ଧିଙ୍ଗୁଆନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କୁଡୁମୀ ବହୁଳ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରୁ ୨୮ଟି ଧିଙ୍ଗୁଆନ୍‌ ଦଳ ଏଥିରେ ଅଂଶ ଗ୍ରହଣ କରିଥିଲେ।
ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଡ଼ବିଲ ମ୍ୟୁନିସିପାଲିଟିର ପୂର୍ବତନ କାଉନ୍‌ସିଲର ତଥା ସାମାଜିକ କର୍ମୀ ଲଚ୍ଛମନ ମହାନ୍ତ, ସମ୍ମାନିତ ଅଥିତି ଭାବେ ପାଟଣା  ବ୍ଲକର ୨୩ ନମ୍ବର ଜୋନ୍‌ର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, କୁଣ୍ଡଳା ପଞ୍ଚାୟତର ସମିତିସଭ୍ୟା ଅହଲ୍ୟା ମହାନ୍ତ, ସରପଞ୍ଚ ଶତ୍ରୁଘ୍ନ ନାଏକ ଓ ରାଜ୍ୟ ଭରସା ପରିବାର ଅଧ୍ୟକ୍ଷ ଲମ୍ବୋଦର ମହାନ୍ତ, ସାମାଜିକ କର୍ମୀ ରାଇଚାରଣ ମହାନ୍ତ ପ୍ରମୁଖ ଯୋଗ ଦେଇ କୁଡୁମୀ ସମ୍ପ୍ରଦାୟ ଭାଷା ଓ ସଂସ୍କୃତିର ମୌଳିକତା ଧିଙ୍ଗୁଆନ୍‌ ନୃତ୍ୟ ଗୀତରେ ଅନ୍ତର୍ନିହିତ ରହିଛି ବୋଲି ମତ ପ୍ରକାଶ କରିଥିଲେ। ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୨୮ଟି ଦଳ ମଧ୍ୟରୁ କେନ୍ଦୁଝରରୁ କବିତ୍ରା ଧିଙ୍ଗୁଆନ୍‌ ଦଳ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସାହାରପଡା ବ୍ଲକର ତାଳପଦା ଧିଙ୍ଗୁଆନ୍‌ ଦଳ ଦ୍ୱିତୀୟ, ପାଟଣା ବ୍ଲକର ବାଘମରା ଧିଙ୍ଗୁଆନ୍‌ ତୃତୀୟ, ମୟୂରଭଞ୍ଜ ଜିଲାର ସଲରାପଦା ଧିଙ୍ଗୁଆନ୍‌ ଦଳ ଚତୁର୍ଥ ଏବଂ ସାହାରପଡା ବ୍ଲକର ମାଛଗଡ଼ ପୁରୁଣାସାହି ଧିଙ୍ଗୁଆନ ଦଳ ପଞ୍ଚମ ସ୍ଥାନ ଅଧିକାର କରିଥିଲା। କୁଣ୍ଡଳା ଧିଙ୍ଗୁଆନ୍‌ କମିଟି ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri