ଟ୍ରେନ୍‌ରେ ପ୍ରସବ ଘଟଣା: ସମ୍ବର୍ଦ୍ଧିତ ହେଲେ ଆର୍‌ପିଏଫ୍‌ କର୍ମଚାରୀ

ଝାରସୁଗୁଡ଼ା ଅଫିସ,୨୯ା୧୦: ଗତ ବୁଧବାର ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଜଣେ ମହିଳା ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଝାରସୁଗୁଡ଼ା ଜଙ୍କ୍‌ଶନ୍‌ରେ ଉକ୍ତ ଟ୍ରେନ୍‌ ରହଣି ପରେ ଆର୍‌ପିଏଫ୍‌ କର୍ମଚାରୀ ଉକ୍ତ ମହିଳା ଓ ନବଜାତ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଆର୍‌ପିଏଫ୍‌ର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଥିଲା। ଏ ନେଇ ଝାରସୁଗୁଡ଼ା ‘ଏଇ ତ ଜୀବନ ଭି ଫାଉଣ୍ଡେଶନ’ ପକ୍ଷରୁ ଆର୍‌ପିଏଫ୍‌ କନଷ୍ଟେବଳ ମନୋରମା ମହାପାତ୍ର ଓ ଲଳିତା କୁମାରୀଙ୍କୁ ପୁଷ୍ପଗୁଚ୍ଛ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାରେ ବରିଷ୍ଠ ନାଗରିକ ବାଳଗୋବିନ୍ଦ ମିଶ୍ର, ଅଞ୍ଜଳି ପ୍ରଭା ପଟ୍ଟନାୟକ, ମାନସୀ ପଣ୍ଡା, ଜ୍ୟୋତିର୍ମୟୀ ବେହେରା, ମଞ୍ଜୁଳା ବେହେରା, ହରପ୍ରିତ୍‌ ସିଂହ, ବ୍ରଜ ରାୟ, କବିତା ନାୟକ, ପବିତ୍ର ସ୍ବାଇଁ, ଆଶିଷ ଅଗ୍ରଓ୍ବାଲ ଓ ଲକ୍ଷ୍ମଣ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri