Posted inଜାତୀୟ

ଆତଙ୍କବାଦ ବିରୋଧରେ ନୂଆ ଟାର୍ଗେଟ ଧାର୍ଯ୍ୟ…

ନୂଆଦିଲ୍ଲୀ,୨୯।୧୦ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ର ଆତଙ୍କବାଦ ବିରୋଧୀ କମିଟିର ଦୁଇ ଦିନିଆ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ ଦିନ ମୁମ୍ବାଇଠାରେ ଶୁକ୍ରବାର ଏବଂ ଦ୍ୱିତୀୟ ଦିନ ଶନିବାର ନୂଆଦିଲ୍ଲୀରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ମିଳିତ ଜାତିସଂଘର କାଉଣ୍ଟର-ଆତଙ୍କବାଦ କମିଟିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶାଳୟର ଶାଖା ମୁଖ୍ୟ ଡେଭିଡ ଶାରିଆ ଦିଲ୍ଲୀରେ କହିଛନ୍ତି ଯେ ଏହି ବୈଠକରେ ଉଚ୍ଚ ସ୍ତରରେ ନୂତନ ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଆତଙ୍କବାଦ କାର୍ଯ୍ୟକଳାପ ବିପଦ ବଢୁଥିବା ବିଷୟରେ ଆଲୋଚନା କରାଯାଇଛି।

ସେ କହିଛନ୍ତି ଯେ ଭାରତର ଅଧ୍ୟକ୍ଷତାରେ ୟୁଏନଏସସି ନୂତନ ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା ପ୍ରସଙ୍ଗକୁ ଗୁରୁତ୍ୱ ଭାବରେ ଗ୍ରହଣ କରୁଛି। ଜାତିସଂଘ ସୁରକ୍ଷା ପରିଷଦ ଆସନ୍ତା କିଛି ମାସ ମଧ୍ୟରେ ନିଜର ପ୍ରତିଶ୍ରୁତି ପୂରଣ କରିବାକୁ ଚାହୁଁଛି।

ବୈଠକରେ ଆତଙ୍କବାଦ ବିରୋଧରେ ଏକ ସ୍ବଚ୍ଛ କାର୍ଯ୍ୟ ଯୋଜନା ପ୍ରସ୍ତୁତ ପାଇଁ ସହମତି ପ୍ରକାଶ ପାଇଛି। କେଉଁ କାର୍ଯ୍ୟକଳାପ ଗ୍ରହଣ କରାଯିବ, କେଉଁ ପ୍ରତିଶ୍ରୁତି ପାଳନ ହେବ ଏବଂ ସଦସ୍ୟ ରାଷ୍ଟ୍ରମାନଙ୍କ ସହିତ କିପରି ସମର୍ଥନ ଆଧାରରେ କାର୍ଯ୍ୟ କରାଯିବ ସେନେଇ ଟାର୍ଗେଟ ଧାର୍ଯ୍ୟ କରାଯାଇଛି ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri