ଜାତୀୟ ଅନୁସୂଚିତ ଜାତି କମିଶନର ତଥ୍ୟ ସଂଗ୍ରହକାରୀ କମିଟିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୨୯ା୧୦(ସ୍ବ.ପ୍ର.): ଜାତୀୟ ଅନୁସୂଚିତ ଜାତି କମିଶନର ୪ ଜଣିଆ ଏକ ତଥ୍ୟ ସଂଗ୍ରହକାରୀ ଦଳ କେନ୍ଦୁଝର ଗସ୍ତରେ ଆସି ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ପାରିପାର୍ଶ୍ୱିକ ଅଞ୍ଚଳ ଗସ୍ତ କରି ଶ୍ରମିକ ତଥା ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଛନ୍ତି। ଆଦିବାସୀ ଲୋକଙ୍କ ସହ ଆଲୋଚନା କରି ତଥ୍ୟ ସଂଗ୍ରହ କରିଛନ୍ତି। ଏହି ତଥ୍ୟ ସମ୍ମିଳିତ ରିପୋର୍ଟ କମିଶନଙ୍କ ନିକଟରେ ଦାଖଲ କରିବେ ବୋଲି ଜଣାପଡ଼ିଛି। ତେବେ ଏ ନେଇ ସଦସ୍ୟମାନେ କୌଣସି ସୂଚନା ଦେଇ ନ ଥିଲେ ହେଁ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଖଣି ଅଞ୍ଚଳରେ ବିଭିନ୍ନ ସମସ୍ୟାକୁ ନେଇ ବହୁ ଅଭିଯୋଗ କମିଶନଙ୍କ ନିକଟକୁ ଯାଇଥିବାବେଳେ ତାହାର ସତ୍ୟାସତ୍ୟ ଜାଣିବା ପାଇଁ କମିଶନଙ୍କ ନିର୍ଦ୍ଦେଶକ୍ରମେ ଏହି କମିଟି ଗସ୍ତ କରିଛି। ଏହି କମିଟିରେ କମିଶନର ଯୁଗ୍ମ ସଚିବ କନଥାଙ୍ଗ ତଉଥାଙ୍ଗ, ପୂର୍ବତନ ସ୍ବତନ୍ତ୍ର ସଚିବ(ବ୍ୟକ୍ତିଗତ ଅଭିଯୋଗ) ସୁଦର୍ଶନ ନାୟକ, ସେଲ୍‌ର ପୂର୍ବତନ ସାଧାରଣ ପରିଚାଳକ ଭୂବନାନନ୍ଦ ତ୍ରିପାଠୀ, କମିଶନର ବରିଷ୍ଠ ଆଇନ ପରାମର୍ଶଦାତା ରାଧାକାନ୍ତ ତ୍ରିପାଠୀ ଏହି ଟିମ୍‌ରେ ସାମିଲ ହୋଇଛନ୍ତ। ବିଶେଷକରି ଖଣି ଶ୍ରମିକଙ୍କ ନିଯୁକ୍ତି ଏବଂ ଆଦିମ ଜନଜାତିଙ୍କ ସମସ୍ୟା ତଥା ଆଦିବାସୀ ବସବାସ ଅଞ୍ଚଳ ବୁଲି ତଥ୍ୟ ସଂଗ୍ରହ କରିଛନ୍ତି। ଅନ୍ୟପକ୍ଷରେ ଆଦିବାସୀ ନେତା ଭବାନୀ ନାୟକଙ୍କ ନେତୃତ୍ୱରେ ଏକ ଦଳ କମିଟିକୁ ଭେଟି ଆଦିବାସୀଙ୍କ ସମସ୍ୟା ଉପରେ ଜଣାଇବା ସହ ଦାବିପତ୍ର ଦେବାକୁ ଯାଇଥିଲେ ହେଁ ତାଙ୍କୁ ଭେଟ କରି ନ ଥିଲେ। ଏ ନେଇ ଭବାନୀ ଶଙ୍କର ନାୟକ କହିଛନ୍ତି, ଜିଲାରେ ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଏବଂ ଅଭିଯୋଗ କମିଶନଙ୍କ ପାଖକୁ ଯାଇଥିଲେ ହେଁ କୌଣସି ସମସ୍ୟା ସମାଧାନ ହୋଇପାରିନାହିଁ। ଅନ୍ୟପକ୍ଷରେ ଜିଲାର ନେତା ଅନନ୍ତ ନାୟକ ଉକ୍ତ କମିଶନର ସଦସ୍ୟ ହୋଇଥିବାରୁ ଜିଲାର ଆଦିବାସୀମାନେ ବହୁ ଆଶାବାଦୀ ଥିବା ସତ୍ତ୍ୱେ ତାଙ୍କର ସମସ୍ୟା ଓ ଦାବି ସମାଧାନ ହୋଇ ନ ପାରିବା ଦୁର୍ଭାଗ୍ୟଜନକ। ଆଦିବାସୀଙ୍କ ସମସ୍ୟା ସମାଧାନ କରିବା ପରିବର୍ତ୍ତେ ଅନ୍ୟାନ୍ୟ ସ୍ବାର୍ଥ ସାଧନରେ ବ୍ୟସ୍ତ ରହୁଥିବା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri