Posted inଜାତୀୟ

ଗୁଜରାଟ ବାଜି ଜିତିବୁ: ରାହୁଲ

ହାଇଦ୍ରାବାଦ୍‌,୩୧।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ତେଲେଙ୍ଗାନାରେ ଚାଲିଛି। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତେଲେଙ୍ଗାନାର ରେଙ୍ଗା ରେଡ୍ଡି ଜିଲାର କୋଥୁରରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏଥିରେ ସେ ଗୁଜରାଟ ନିର୍ବାଚନ ସହ ଭାରତ ଯୋଡୋର ପରିକଳ୍ପନାକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଗୁଜରାଟରେ ଆମ ଆଦମୀ ପାର୍ଟିର କୌଣସି ସଂଗଠନ ନାହିଁ। ଏହି ଦଳ କେବଳ ପ୍ରଚାରରେ ସୀମିତ। ଗୁଜରାଟ ନିର୍ବାଚନରେ କଂଗ୍ରେସ ଦଳ ଜିତିବ।
ସେହିପରି ଭାରତ ଯୋଡୋ ଯାତ୍ରା ଆରମ୍ଭ କରିବା ନେଇ ରାହୁଲ କହିଛନ୍ତି, ବହୁ ବର୍ଷ ପୂର୍ବେ ଆମେ ଏହି ଯାତ୍ରା ଆରମ୍ଭ କରିବା କଥା ଭାବୁଥିଲୁ କିନ୍ତୁ କୋଭିଡ କାରଣରୁ ଏହି ଯାତ୍ରା ବନ୍ଦ କରିବାକୁ ପଡିଥିଲା। ରାଜନୀତିରେ ଯୋଗଦେବା ପୂର୍ବରୁ ମୁଁ ଏହି ଯାତ୍ରା ବିଷୟରେ ଚିନ୍ତା କରିଥିଲି। ଦେଶର ସାମ୍ବିଧାନିକ ଢାଞ୍ଚାରେ ଅନେକ କ୍ଷତି ହୋଇଛି। ଏହାକୁ ରୋକିବା ପାଇଁ କଂଗ୍ରେସ ନିରନ୍ତର ପ୍ରୟାସ ଜାରି ରଖିବ।
ସୂଚନାଯୋଗ୍ୟ,ସୋମବାର ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାର ୫୩ତମ ଦିନ ଥିଲା। ଏପର୍ଯ୍ୟନ୍ତ ଏହି ଯାତ୍ରା ଚାରୋଟି ରାଜ୍ୟର ୧୬ଟି ଜିଲା ଦେଇ ଗତି କରିଛି। ଭାରତ ଯୋଡୋ ଯାତ୍ରା ଏପର୍ଯ୍ୟନ୍ତ ୨,୧୭୨ କିଲୋମିଟର ଦୂରତା ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri