ଝୁଲାପୋଲ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ,୩୧।୧୦: ଗୁଜରାଟର ମୋର୍‌ବି ସହରରେ ଝୁଲାପୋଲ ଭାଙ୍ଗିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସମବେଦନା ଜଣାଇଛନ୍ତି। ସୋମବାର କ୍ରେମଲିନ ୱେବସାଇଟରେ ପ୍ରକାଶିତ ଏକ ବାର୍ତ୍ତାରେ ପୁଟିନ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରିୟଜନ ଏବଂ ବନ୍ଧୁମାନଙ୍କୁ ସମବେଦନା ଜଣାଉଛି। ଏଥିସହ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।
ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବା ମଧ୍ୟ ମୋର୍‌ବିରେ ହୋଇଥିବା ଝୁଲାପୋଲ ଦୁର୍ଘଟଣାକୁ ନେଇ ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଦେଓବା କହିଛନ୍ତି, ଗୁଜରାଟର ମୋର୍‌ବିରେ ହୋଇଥିବା ପୋଲ ଦୁର୍ଘଟଣାକୁ ନେଇ ମୁଁ ଗଭୀର ଦୁଃଖିତ। ଏହି ଦୁର୍ଘଟଣାରେ ବହୁମୂଲ୍ୟ ଜୀବନ ହରାଇଥିବାରୁ ଆମେ ଭାରତ ସରକାର ଏବଂ ଭାରତବାସୀଙ୍କୁ ହୃଦୟରୁ ସମବେଦନା ଜଣାଉଛୁ। ଆମର ସମବେଦନା ଓ ପ୍ରାର୍ଥନା ଶୋକସନ୍ତପ୍ତ ପରିବାର ସହିତ ଅଛି।
ସୂଚନାଯୋଗ୍ୟ, ଗୁଜରାଟ ମୋର୍‌ବିରେ ଝୁଲା ପୋଲ ଭାଙ୍ଗି ଯିବାରୁ ଏ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ଏବେବି ହସ୍ପିଟାଲରେ ଅନେକ ଗୁରୁତରଙ୍କ ଚିକିତ୍ସା ଚାଲିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି। ଛଠ୍‌ ପୂଜା ପାଇଁ ଝୁଲା ପୋଲ ଉପରେ ୪୦୦ରୁ ଅଦତ୍କ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri