ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ

ପୁରୀ ଅଫିସ, ୧ା୧୧: କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ସପ୍ତମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଦାରୁବିଗ୍ରହମାନଙ୍କ ଅବକାଶ ନୀତି ପରେ ହରିହର ବେଶ ଆରମ୍ଭ ହୋଇଥିଲା। ପୁଷ୍ପାଳକ ସେବକମାନେ ପ୍ରଭୁ ବଳଭଦ୍ରଙ୍କୁ ହରିହର ବେଶରେ ସଜ୍ଜିତ କରିଥିଲେ। ଏହି ବେଶରେ ବଡ଼ ଠାକୁର ୩୨ ପ୍ରକାରରୁ ଊର୍ଦ୍ଧ୍ୱ ସୁବର୍ଣ୍ଣ ଅଳଙ୍କାର ସମେତ ଅର୍ଦ୍ଧେକ କଳା ଓ ଅର୍ଦ୍ଧେକ ଧଳାବସ୍ତ୍ରରେ ଭୂଷିତ ହୋଇଥିଲେ। ବଳଭଦ୍ରଙ୍କ ବାମପାର୍ଶ୍ୱକୁ କଳା ଓ ଡାହାଣ ପାର୍ଶ୍ୱକୁ ଧଳା ରଙ୍ଗର ବସ୍ତ୍ରରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧାଦାମୋଦର ବେଶ ଓ ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ବଳଭଦ୍ରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ହରିଙ୍କ ସହ ହରଙ୍କ ଆତ୍ମୀୟତା ଏହି ବେଶରେ ପ୍ରକଟିତ ହୋଇଥାଏ। ଶାସ୍ତ୍ରରେ ମଧ୍ୟ ହରି ଓ ହର ଅଭିନ୍ନ ବୋଲି ପ୍ରମାଣ ରହିଛି। ସୂଚନାଯୋଗ୍ୟ, କାର୍ତ୍ତିକ ଅମାବାସ୍ୟା ବା ଦୀପାବଳି ଅମାବାସ୍ୟା ପରଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁ ସୋମବାର ପଡ଼େ ସେହିଦିନ ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଥାଏ। ବଡ଼ ଠାକୁରଙ୍କ ଏହି ଦୁର୍ଲ୍ଲଭ ବେଶ ଦର୍ଶନ କରି ଶ୍ରଦ୍ଧାଳୁମାନେ ଆତ୍ମତୃପ୍ତି ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ଭୁବନେଶ୍ବର,୨।୧: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri