ଓଏମ୍‌ସି ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୧।୧୧: ଓଡ଼ିଶା ଖଣି ନିଗମ (ଓଏମ୍‌ସି) ପକ୍ଷରୁ ସୋମବାର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଭୁବନେଶ୍ୱର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଏମସିର ମୁଖ୍ୟ ଦୁର୍ନୀତି ନିବାରଣ ଅଧିକାରୀ ଦେବେନ୍ଦ୍ର କୁମାର ନନ୍ଦଙ୍କ ସଂଯୋଜନାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଏମସିର ବିତ୍ତ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ କମ୍ପାନୀର ମାନବ ସମ୍ବଳ ନିର୍ଦ୍ଦେଶକ ଆଲୋକ କୁମାର ପାଳ, ପ୍ରକଳ୍ପ ଓ ଯୋଜନା ନିର୍ଦ୍ଦେଶକ କ୍ଷୀରୋଦ ଚନ୍ଦ୍ର ବ୍ରହ୍ମ, କାର୍ମିକ ଓ ପ୍ରଶାସନ ମହାପ୍ରବନ୍ଧକ ଅଶୋକ କୁମାର ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ବିଭାଗୀୟ ମୁଖ୍ୟ ଏବଂ ଅନ୍ୟ ପ୍ରମୁଖ ଅଧିକାରୀ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଦୁର୍ନୀତି ନିବାରଣ ନିମିତ୍ତ ଶପଥ ପାଠ କରିଥିଲେ।
ଏ ସମ୍ପର୍କରେ ଓଏମସିର ବିତ୍ତ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି ଦୁର୍ନୀତିକୁ ଏକ ସାମାଜିକ ବ୍ୟାଧି ବୋଲି ବର୍ଣ୍ଣନା କରିବା ସହ ଏହାର ନିରାକରଣ ଦିଗରେ ସମସ୍ତେ ଯତ୍ନବାନ ହେବାକୁ ମଧ୍ୟ ପରାମର୍ଶ ଦେଇଥିଲେ। ସେହିଭଳି ମାନବ ସମ୍ବଳ ନିର୍ଦ୍ଦେଶକ ଆଲୋକ କୁମାର ପାଳ କହିଥିଲେ ଯେ ଦୁର୍ନୀତିକୁ ପ୍ରଶମିତ କରିବା ଅନିବାର୍ଯ୍ୟ ଅଟେ। ସେହିପରି ପ୍ରକଳ୍ପ ଓ ଯୋଜନା ନିର୍ଦ୍ଦେଶକ କ୍ଷୀରୋଦ ଚନ୍ଦ୍ର ବ୍ରହ୍ମ କହିଥିଲେ ଯେ ଲୋଭ ପରିହାର କରି ସଚ୍ଚୋଟପଣିଆକୁ ଆଦରି ନେଲେ ସମାଜରେ ପରିବର୍ତ୍ତନ ଆସିପାରିବ। ଅପରପକ୍ଷରେ ଓଏମସିର କାର୍ମିକ ଓ ପ୍ରଶାସନ ମହାପ୍ରବନ୍ଧକ ଅଶୋକ କୁମାର ବେହେରା ଚଳିତ ବର୍ଷର ବାର୍ତ୍ତା ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ ଉପରେ ଆଲୋକପାତ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ଖଣି ନିଗମର ମୁଖ୍ୟ କାର୍ଯ୍ୟାଳୟ ସମେତ ବିଭିନ୍ନ କ୍ଷେତ୍ରୀୟ କାର୍ଯ୍ୟାଳୟରେ ମଧ୍ୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ସୂଚନାଯୋଗ୍ୟ ଯେ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ଭାରତରତ୍ନ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ତିଥି ପାଳନ ଅବସରରେ ସମଗ୍ର ଦେଶରେ କେନ୍ଦ୍ର ଭିଜିଲାନ୍ସ କମିଶନଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ‘ଅକ୍ଟୋବର ୨୬ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri