ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ ହେବ ଜୋରଦାର

ବୌଦ୍ଧ,୧ା୧୧(ସ୍ବ.ପ୍ର.): ରାଜ୍ୟର ଚାଷୀଙ୍କୁ ବାରମ୍ବାର କେନ୍ଦ୍ରୀୟ ଅବହେଳା ନେଇ ବିଜେଡି ଆନ୍ଦୋଳନକୁ ଓହ୍ଲାଇଛି। ସୋମବାର ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ଜିଲାପାଳମାନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲା ବିଜେଡି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା ଅବସରରେ ନେତାମାନେ ଚାଷୀଙ୍କ ପ୍ରତି କେନ୍ଦ୍ରୀୟ ଅବହେଳା ନେଇ ବର୍ଷିଥିଲେ।
ରାଜ୍ୟର ଗରିବ ଚାଷୀମାନେ ଦୀର୍ଘଦିନ ହେଲା ଅବହେଳିତ ହୋଇ ରହିଛନ୍ତି । ଚାଷୀଙ୍କ ଧାନକ୍ରୟର ସହାୟକ ମୂଲ୍ୟ ବୃଦ୍ଧି ପାଇଁ ବାରମ୍ବାର କେନ୍ଦ୍ର ନିକଟରେ ଦାବି କରାଯାଇଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଫସଲ ବୀମା ନାମରେ ଚାଷୀଙ୍କଠାରୁ ଋଣ ପ୍ରଦାନ ସମୟରେ ଅର୍ଥ କାଟି ରଖାଯାଇଥିବା ବେଳେ ଏପର୍ଯ୍ୟନ୍ତ ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କୁ ବୀମା ଅର୍ଥ ପ୍ରଦାନ କରାଯାଇ ନ ଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ତେଣୁ ଚାଷୀଙ୍କ ସ୍ବାର୍ଥ ଲାଗି କେନ୍ଦ୍ର ବିରୋଧରେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ବିଜେଡି ନେତାମାନେ ଚେତାବନୀ ଦେଇଛନ୍ତି ା ଏହି ଅବସରରେ ବୌଦ୍ଧଗଡ ଏନଏସି ଅଧ୍ୟକ୍ଷ ତଥା ଜିଲା ଯୁବ ବିଜେଡି ସଭାପତି ମୃତ୍ୟୁଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମାବେଶ ହୋଇଥିଲା। ସମାବେଶରେ କଣ୍ଟାମାଳ ବିଧାୟକ ମହୀଧର ରଣା,ଜିଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ କୁମାର ନାୟକ, ଏମ୍‌ପିଙ୍କ ପ୍ରତିନିଧି ତାରେଣି ମହାପାତ୍ର,ବିଜେଡି ରାଜ୍ୟ ଯୁଗ୍ମ ସଂପାଦକ ଅଶୋକ କୁମାର ସାହୁ, ଜିଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ମୁଣ୍ଡାପଡା ସରପଞ୍ଚ ବିଦ୍ୟାଧର ସ୍ବାଇଁ,ବରିଷ୍ଠ ନେତା କିଶୋର ମେହେର, ସୁବାସ ଚନ୍ଦ୍ର ସାହୁ, ମନୋରଞ୍ଜନ ପୁରୋହିତ, ସୁବୋଧ କୁମାର ପ୍ରଧାନ, ହରିଶ୍ଚନ୍ଦ୍ର ମିଶ୍ର, ଯୋଗେଶ୍ୱର ମହାକୁଳ ଓ ଏନଏସି ଉପନଗରପାଳ ସୁଭାଷିନୀ ସେଠୀଙ୍କ ସମେତ ଦଳୀୟ କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ଯୋଗ ଦେଇଥିଲେ। ଚାଷୀଙ୍କୁ ବୀମାଟଙ୍କା ତୁରନ୍ତ ପ୍ରଦାନ କରିବାକୁ ବିଜେଡି ପକ୍ଷରୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା ଏହି ଦାବିପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri