ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ପାଣି ମୋଟର ଚାଲୁ କରିବାକୁ କହିବାରୁ ଦମ୍ପତିିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଶାସ୍ତ୍ରୀନଗର ୪ର୍ଥ ଲେନ୍‌ରେ ରହୁଥିବା ନରସିଂହ ଦାସ। ପୋଲିସ ଅଭିଯୁକ୍ତଙ୍କଠାରୁ ଘଟଣା ବେଳେ ବ୍ୟବହାର କରାଯାଇଥିବା ମାରଣାସ୍ତ୍ର ଜବତ କରିଛି। ମାମଲା ନମ୍ବର ୨୮୯/୨୨ରେ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଏସ୍‌ଡିଜେଏମ୍‌ଙ୍କ ନିର୍ଦ୍ଦେଶରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ଜଣାପଡିଛି।
ପ୍ରକାଶ ଯେ, ଶାସ୍ତ୍ରୀନଗର ୪ର୍ଥ ଲେନ୍‌ରେ ଥିବା ଏକ ୨ ମହଲା ଘରେ ନରସିଂହ ଦାସଙ୍କ ପରିବାର ଓ ପଙ୍କଜ ମହାପାତ୍ରଙ୍କ ପରିବାର ଘର ଭଡ଼ାରେ ରହୁଛନ୍ତି। ବିଭିନ୍ନ ଛୋଟମୋଟ କଥାକୁ ନେଇ ଉଭୟ ପରିବାରଙ୍କ ମଧ୍ୟରେ କଳହ ଲାଗି ରହିଥିଲା। ଦୁଇ ପରିବାରଙ୍କ ଘରକୁ ଜଳଯୋଗାଣ ପାଇଁ ଗୋଟିଏ ମୋଟର ରହିଛି। ଉକ୍ତ ପାଣି ମୋଟରଟି ଚାଲୁ କରିବା ପାଇଁ ରହିଥିବା ସୁଇଚଟି ନରସିଂହଙ୍କ ଘରେ ରହିଛି। ଅନ୍ୟପଟେ ସୋମବାର ପଙ୍କଜଙ୍କ ଟାଙ୍କିରେ ପାଣି ନ ଥିବାରୁ ସେ ମୋଟର ଲଗାଇବା ପାଇଁ ନରସିଂହକୁ କହିଥିଲେ। ଏହାକୁ କେନ୍ଦ୍ରକରି ନରସିଂହ ଓ ତାଙ୍କ ସ୍ତ୍ରୀ ଓ ପୁଅ ଶାବଳ ଓ ହାତୁଡ଼ିରେ ପଙ୍କଜଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ପଙ୍କଜଙ୍କ ସ୍ତ୍ରୀ ଦୀପ୍ତି ମହାପାତ୍ର ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା। ପରେ ଏନେଇ ଦୀପ୍ତି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଅନୁସନ୍ଧାନ କରି ଅଭିଯୁକ୍ତ ନରସିଂହଙ୍କୁ ଗିରଫ କରିଥିଲା ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri