ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୧ା୧୧: ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ କଲେ ଯୁବକ। ଏଥିରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏଭଳି ଘଟଣା କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ମଙ୍ଗଳବାର ଦେଖିବାକୁ ମିଳିଛି। ତେବେ ଗୁରୁତର ଛାତ୍ରୀଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ମହୀଧରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏ ନେଇ ଛାତ୍ରୀ ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଅଭିଯୋଗ ମୁତାବକ, ପ୍ରତାପନଗରୀ ଅଞ୍ଚଳର ସତ୍ୟରଞ୍ଜନ ବେହେରା ଏକତରଫା ଭାବେ ସମ୍ପୃକ୍ତା ଛାତ୍ରୀଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ସେ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିବାକୁ ଚାହୁଁଥିଲେ। ହେଲେ ଛାତ୍ରୀ ଜଣଙ୍କ ଏଥିରେ ରାଜି ନ ହେବାରୁ ସେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଜୀବନରୁ ମାରିଦେବାକୁ ଯୋଜନା କରିଥିଲେ। ଛାତ୍ରୀ ଜଣଙ୍କ ଏକ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେଇ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ପ୍ରତାପନଗରୀଠାରେ ବସ୍‌ରୁ ଓହ୍ଲାଇଥିଲେ। ପରେ ଚାଲି ଚାଲି ତାଙ୍କ ଘରକୁ ଯାଉଥିବା ସମୟରେ ସତ୍ୟରଞ୍ଜନ ଏକ ବୁଲେଟ୍‌ରେ ଆସି ପହଞ୍ଚିବା ସହ ତାଙ୍କୁ ଟଣାଓଟରା କରିଥିଲେ। ଛାତ୍ରୀଜଣଙ୍କ ଏହାର ପ୍ରତିବାଦ କରିବାରୁ ସେ ପାଖରେ ରଖିଥିବା ଏକ ଧାରୁଆ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସମ୍ପୃକ୍ତା ଛାତ୍ରୀ ଅନୁସୂଚୀତ ଜାତିର ହୋଇଥିବାରୁ ଆକ୍ରମଣ କରିବାବେଳେ ସେ ତାଙ୍କୁ ଜାତିଆଣ ଆକ୍ଷେପ କରି ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଛାତ୍ରୀ ଯନ୍ତ୍ରଣାରେ ଚିତ୍କାର କରୁଥିବାବେଳେ ସତ୍ୟରଞ୍ଜନ ଗାଡ଼ି ନେଇ ଖସି ପଳାଇଥିଲେ।

ଏ ନେଇ ଥାନାଧିକାରୀ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି, ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି। ଆକ୍ରମଣକାରୀ ଯୁବକ ଫେରାର ହୋଇଯାଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri