Posted inଜାତୀୟ

୩ ଜଣିଆ ଖଣ୍ଡପୀଠରେ ହେବ ଫ୍ରିବିଜ୍‌ ଶୁଣାଣି

ନୂଆଦିଲ୍ଲୀ,୨ା୧୧(ପି.ଟି.): ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ପ୍ରଲୋଭିତ କରିବା ଲାଗି ରାଜନୈତିକ ଦଳଗୁଡ଼ିକ ଦେଉଥିବା ମାଗଣା ସହାୟତା ପ୍ରତିଶ୍ରୁତି ବିରୋଧରେ ହୋଇଥିବା ପିଟିଶନର ଶୁଣାଣି ଲାଗି ଏହାକୁ ୩ ଜଣିଆ ଖଣ୍ଡପୀଠରେ ତାଲିକାଭୁକ୍ତ କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏଭଳି ପିଟିଶନ୍‌ଗୁଡ଼ିକର ଶୁଣାଣି ବୃହତ୍ତର ଖଣ୍ଡପୀଠରେ ହେବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏବଂ ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ କହିଥିଲେ। ସୁବ୍ରମଣ୍ୟମ ବାଲାଜୀ ମାମଲାରେ ପୂର୍ବ ରାୟର ସମୀକ୍ଷା ଉଦ୍ଦେଶ୍ୟରେ ଜନସ୍ବାର୍ଥ ମାମଲାର ଶୁଣାଣି ବୃହତ୍ତର ଖଣ୍ଡପୀଠରେ ହେବ ବୋଲି ଅନ୍ୟତମ ଆବେଦନକାରୀ ଅଶ୍ୱିନୀ ଉପାଧ୍ୟାୟ କହିଛନ୍ତି। ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ଅବାସ୍ତବ ମାଗଣା ଉପହାର ପ୍ରତିଶ୍ରୁତିଗୁଡ଼ିକୁ ନିୟନ୍ତ୍ରଣ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ଆଇନଜୀବୀ ଉପାଧ୍ୟାୟ ପ୍ରସ୍ତାବ ଦେଇଥିଲେ। ରିଜର୍ଭ ବ୍ୟାଙ୍କ ଗଭର୍ନର, ଅର୍ଥ କମିଶନ ଅଧ୍ୟକ୍ଷ, ନୀତି ଆୟୋଗ ଉପାଧ୍ୟକ୍ଷ, ସିଏଜି, ଜିଏସ୍‌ଟି କାଉନସିଲର ସଚିବ ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କଷ୍ଟ୍‌ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଉକ୍ତ କମିଟିର ସଦସ୍ୟ ରହିବାକୁ ଉପାଧ୍ୟାୟ କହିଥିଲେ। ଏ ସମ୍ପର୍କିତ ନିଷ୍ପତ୍ତି ବୃହତ୍ତର ଖଣ୍ଡପୀଠ ନେବେ।

ଇଭିଏମ୍‌ରୁ ଦଳୀୟ ଚିହ୍ନ ହଟାଇବା ଆବେଦନ ସୁପ୍ରିମକୋର୍ଟରେ ଅଗ୍ରାହ୍ୟ

ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଗୁଡ଼ିକରୁ ଦଳୀୟ ଚିହ୍ନ ହଟାଇ ଏହା ବଦଳରେ ପ୍ରାର୍ଥୀମାନଙ୍କୁ ବୟସ, ଶିକ୍ଷାଗତ ଯୋଗ୍ୟତା ଓ ଫଟୋ ରଖିବା ନିମନ୍ତେ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବାକୁ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଶୁଣାଣି ପାଇଁ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ନିର୍ବାଚନ କମିଶନ କିମ୍ବା ଅନ୍ୟ କର୍ତ୍ତୃପକ୍ଷଙ୍କ ନିକଟରେ ଏନେଇ ଆବେଦନ କରିବାକୁ ପିଟିଶନର ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କୁ ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏବଂ ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀଙ୍କ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି। ଆବେଦନକାରୀ ତାଙ୍କ ପିଆଇଏଲ୍‌ରେ ଦର୍ଶାଇଥିଲେ ଯେ, ଇଭିଏମ୍‌ ଏବଂ ବାଲଟରୁ ଦଳୀୟ ଚିହ୍ନ ହଟାଗଲେ ବିଜ୍ଞ, କର୍ମଠ ଏବଂ ସଚ୍ଚୋଟ ପ୍ରାର୍ଥୀଙ୍କୁ ବାଛିବାରେ ଏହା ଭୋଟରଙ୍କୁ ସହାୟକ ହୋଇପାରିବ ଏଥିସହିତ ଟିକେଟ ବଣ୍ଟନରେ ରାଜନୈତିକ ଦଳ ମୁଖ୍ୟଙ୍କ ଏକଚ୍ଛତ୍ରବାଦକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ଆବେଦନକାରୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri