ଗୋପାଳପୁର,୨।୧୧(ଡି.ଏନ.ଏ.)ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ନେଇ ଗତ କିଛି ଦିନ ହେଲା ରାଜ୍ୟ ରାଜନୀତିରେ ଉଷ୍ଣତା ବଢ଼ିଚାଲିଛି। ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାସ ଏହି ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିଛନ୍ତି। ଜନସମ୍ପର୍କ ପଦଯାତ୍ରା କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିଭଳି ଲୋକଙ୍କ ପାଖରେ ପହଞ୍ଚତ୍ବ ସେ ନେଇ ଘନଘନ ଗସ୍ତ କରୁଛନ୍ତି। ଅନ୍ୟପଟେ ଗୋପାଳପୁର ବିଧାୟକ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମଧ୍ୟ ନିଜ ସଙ୍ଗଠନକୁ ମଜବୁତ କରିବା ସହ ଲୋକଙ୍କ ନିକଟତର ହେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଏହି ନିର୍ବାଚନ ମଣ୍ଡଳୀର ନୂଆଗୋଳାବନ୍ଧ, ହାତୀପାଦ, ନୂଆକମଳାପୁର, କମଳାପୁର ଠାରେ ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ। ବିଏମ୍ସି ଡ଼େପୁଟି ମେୟର ଇ.ବିବେକ ରେଡ୍ଡୀ, ବ୍ଲକ ଅଧ୍ୟକ୍ଷା ସିଏଚ.ଉଷାରାଣୀ, ଉପାଧ୍ୟକ୍ଷ ଅନୀତା ମହାଙ୍କୁଡ଼, ଜିଲାପରିଷଦ ଉପସଭାନେତ୍ରୀ ଏସ.ରାଜେଶ୍ୱରୀ ଦୋରା, ଜିଲା ମହିଳା ଉପସଭାନେତ୍ରୀ ବିଷ୍ଣୁପ୍ରିୟା ନାୟକ, ଅଜିତ କୁମାର ରାଉଳଙ୍କ ସମେତ ବହୁ ବିଜେଡି ନେତା ଓ କର୍ମୀ ସାମିଲ ହୋଇଥିଲେ। ଗୋଳାବନ୍ଧ ଧବଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସଭାରେ ବ୍ଲକ ସଭାପତି ଅଜିତ କୁମାର ଦାସ ସଭାପତିତ୍ୱ କରିଥିଲେ। ଏଥିରେ ଡ଼.ଦାସ ଯୋଗଦେଇ ନିଜେ ମୁଖ୍ୟମନ୍ତ୍ରୀ ଏହି ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ନେଇଛନ୍ତି ବୋଲି କହିଥିଲେ। ଜିଲା ପରିଷଦ ଦୀପକ କୁମାର ସାମଲ, ସମାଜିକ କର୍ମୀ ରାମହରି ପାତ୍ର, ପୂର୍ବତନ ଜିଲାପରିଷଦ ଶଶିଭୁଷଣ ମହାନ୍ତିି, ଗୋପାଳପୁର ଏନଏସି ଅଧ୍ୟକ୍ଷ ଜାନୀକୀ ରାମଙ୍କ ସମେତ ଯୁବ ନେତାମାନେ, ସରପଞ୍ଚ ଓ ସମିତି ସଭ୍ୟଙ୍କ ସହ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଅନ୍ୟପଟେ ବିଧାୟକ ପାଣିଗ୍ରାହୀ ମଧ୍ୟ ତୁଳୁ, ହନ୍ତୁଳୁ, ରେଡ଼ତୁଳୁ, ଇନ୍ଦ୍ରାକ୍ଷୀ ପଞ୍ଚାୟତରେ ପଦଯାତ୍ରା କରିବା ସହ ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ ଠପ୍ ହୋଇଯାଇଥିବା ଅଭିଯୋଗ କରିଥିଲେ। ଅନ୍ୟ ଜିଲାରେ ଏୟାରପୋର୍ଟ ହେଉଛି, ଗଞ୍ଜାମରେ କାହିଁକି କରାଯାଉନାହିଁ ବୋଲି ପ୍ରଶ୍ନ କରିବା ସହ ଜାଣିଶୁଣି ଜିଲାକୁ ଅବହେଳା କରାଯାଉଥିବା ଅଭିଯୋଗ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ
ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...
ସାଇନ୍ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା
କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...
ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…
କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...
ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…
ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
Archives


