ଦେଖିବାକୁ ମିଳିପାରେ ଖିଲାଡି ବୟଙ୍କ ଆଉ ଏକ ଟ୍ୟାଲେଣ୍ଟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କର ରହିଛି ଭିନ୍ନ ଭିନ୍ନ ଟ୍ୟାଲେଣ୍ଟ। ସିରିୟସ, କମେଡି ସିନ୍‌ ସହ ଷ୍ଟଣ୍ଟ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତି ପାରିଥିବା ଏହି ନାୟକଙ୍କୁ ଏବେ ଭିନ୍ନ ଅବତାରରେ ଦେଖିବାକୁ ମିଳିବ ବୋଲି ଶୁଣିବାକୁ ମିଳିଛି। ଫିଲ୍ମ ‘ହାଉସ୍‌ଫୁଲ୍‌-୪’ରେ ଅକ୍ଷୟ ଆସିବେ ଏକ ଭିନ୍ନ ଟ୍ୟାଲେଣ୍ଟ ନେଇ। ଏଥିରେ ଆଉ ଆକ୍ସନ କି କମେଡି ନୁହେଁ। ର଼୍ୟାପ ମ୍ୟୁଜିକରେ ପରଫର୍ମ କରିବେ ଅକ୍ଷୟ। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ ବୋଲି କୁହାଯାଉଛି। ଅବଶ୍ୟ ୨୦୧୩ରେ ସେ ‘ସ୍ପେଶାଲ-୨୬’ରେ କଣ୍ଠଦାନ କରିଥିଲେ। ହେଲେ ଏଥର କିନ୍ତୁ ର଼୍ୟାପ୍‌ ମ୍ୟୁଜିକ୍‌ ନେଇ ସେ ଦର୍ଶକଙ୍କର ନିକଟତର ହେବାକୁ ନିଶ୍ଚୟ ଚେଷ୍ଟା କରିବେ। ଅବଶ୍ୟ ଏହି ଖବର ଆସିବା ପରେ ଅନେକ ପ୍ରଶଂସକ ତାଙ୍କୁ ଛୁପାରୁସ୍ତମ ବୋଲି କହୁଛନ୍ତି। ସେ ଏହି ର଼୍ୟାପ୍‌ ମ୍ୟୁଜିକରେ ଏକା ରହିବେ କି ତାଙ୍କ ସହ ହନି ସିଂ ରହିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଯଦି ଅକ୍ଷୟ ର଼୍ୟାପ୍‌ ଗାଇଲେ ତେବେ ସେ ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ପଛରେ ପକାଇ ଦେବେ ବୋଲି କୁହାଯାଉଛି। କାରଣ ରଣବୀର ‘ଗଲି ବୟ’ରେ ର଼୍ୟାପ୍‌ ମ୍ୟୁଜିକରେ ଦର୍ଶକଙ୍କୁ ମତୁଆଲା କରିଥିଲେ। ଏଥିରୁ ସ୍ପଷ୍ଟ ହେଉଛି ଯେ ମଲ୍ଟି ଟ୍ୟାଲେଣ୍ଟେଡ୍‌ ନାୟକ ଅକ୍ଷୟ କିଛି ନା କିଛି ଭିନ୍ନ କରି ଦର୍ଶକଙ୍କ ନିକଟତର ହେବାରେ ଓସ୍ତାଦ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri