Posted inଜାତୀୟ

ଗେହଲଟ୍‌, ପାଇଲଟ୍‌ ପୁଣି ମୁହଁ।ମୁହିଁ

ଜୟପୁର, ୩।୧୧: ଏଆଇସିସି ଅଧ୍ୟକ୍ଷ ନିର୍ବାଚନ ଶେଷ ହେବାପରେ ରାଜସ୍ଥାନ କଂଗ୍ରେସରେ କ୍ଷମତା ପାଇଁ ପୁଣି ମୁହଁ।ମୁହିଁ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ଼ରେ ଥିବା ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିବ ବୋଲି ଦଳର ନେତା ରାହୁଲ ଗାନ୍ଧୀ ସ୍ପଷ୍ଟ କରିଥିଲେ।

ଏହାପରେ ଗେହଲଟଙ୍କ ଅନୁଗାମୀ ବିଧାୟକମାନେ ଦଳରେ ବିଦ୍ରୋହ କରିଥିଲେ। ଫଳରେ ପାଇଲଟ ଆଉଥରେ ମୁଖ୍ୟମନ୍ତ୍ରୀ ହେଉ ହେଉ ରହିଯାଇଥିଲେ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗେହଲଟ ରାଜସ୍ଥାନର ଏକ କାର୍ଯ୍ୟକ୍ରମରେ ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ ଉଭୟେ ପରସ୍ପରକୁ ପ୍ରଶଂସା କରିଥିଲେ। ଏ ନେଇ ପାଇଲଟ କହିଛନ୍ତି, ପ୍ରଧାନମନ୍ତ୍ରୀ ପୂର୍ବରୁ ପାର୍ଲାମେଣ୍ଟରେ ଗୁଲାମନବୀ ଆଜାଦଙ୍କୁ ପ୍ରଶଂସା କରିଥିଲେ। ଆଜାଦ କ’ଣ କଲେ ତାହା ସମସ୍ତଙ୍କୁ ଜଣା। ଗେହଲଟ ଆଗକୁ କ’ଣ କରିପାରନ୍ତି, ଏବେ ଅନୁମାନ କରାଯାଉ। ଏଥିସହ କଂଗ୍ରେସର ବିଦ୍ରୋହୀ ବିଧାୟକମାନଙ୍କ ବିରୋଧରେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଏହା ଉପରେ ଗେହଲଟ କହିଛନ୍ତି, ପାଇଲଟ ଏପରି ମନ୍ତବ୍ୟ ଦେବା ଅନୁଚିତ୍‌। ସମସ୍ତେ ଦଳୀୟ ଶୃୃଙ୍ଖଳା ମାନି ଚଳନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri