ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୩ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବିଭିନ୍ନ ଦାବି ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସମ୍ପାଦକ ରବିନ୍ଦ୍ର ମହାରଣାଙ୍କ ନେତୃତ୍ୱରେ ସୁବାସ ଛକ ସଂଘ କାର୍ଯ୍ୟାଳୟ ପରିସରରୁ ଶତାଧିକ ଅବସରପ୍ରାପ୍ତ କର୍ମଚାରୀ ଏକ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିଲେ। ଦାବିଗୁଡ଼ିକ ମଧ୍ୟରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ମାସିକ ସ୍ବାସ୍ଥ୍ୟ ଭତ୍ତା ସହ ସ୍ବାସ୍ଥ୍ୟ ବୀମାଭୁକ୍ତ, ପୁରାତନ ପେନସନ୍‌ ଯୋଜନା ଲାଗୁ, ଜାନୁୟାରୀ ୨୦୨୦ରୁ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ସ୍ଥଗିତ ୧୮ ମାସର ବର୍ଦ୍ଧିତ ଭତ୍ତା ପ୍ରଦାନ, ୬୫ ବର୍ଷ ପରେ ଅତିରିକ୍ତ ଭତ୍ତା ପ୍ରଦାନ, ସର୍ବନିମ୍ନ ପେନ୍‌ସନ୍‌ ୮୩୦୦ରୁ ୧୨୦୦୦କୁ ବୃଦ୍ଧି, ସମସ୍ତ ବରିଷ୍ଠ ନାଗରିକଙ୍କୁ ରେଲବାଇ ଯାତାୟାତରେ ରିହାତି ପ୍ରଦାନ ଆଦି ଦାବି କରିଛନ୍ତି। ଏଥିସହ ମାଲକାନଗିରି ଜିଲାରେ ଅବସରପ୍ରାପ୍ତ କର୍ମଚାରୀ ତଥା ବରିଷ୍ଠ ନାଗରିକମାନଙ୍କ ପାଇଁ ପ୍ରତି ମାସରେ ସ୍ବାସ୍ଥ୍ୟ ପରୀକ୍ଷା ସହ ଉତ୍ତମ ଚିକିତ୍ସା ଯୋଗାଇଦେବା, ବ୍ୟାଙ୍କଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ବତନ୍ତ୍ର କାଉଣ୍ଟର ଖୋଲିବା, ୮୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକମାନଙ୍କ ପେନ୍‌ସନ୍‌ ତାଙ୍କ ନିଜ ଘରେ ପ୍ରଦାନ କରିବା, ପୋଲିସ ବିଭାଗ ଦ୍ୱାରା ବରିଷ୍ଠ ନାଗରିକମାନଙ୍କ ପରିଚୟପତ୍ର ପ୍ରଦାନ ଆଦି ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମରେ ସଭାପତି ରତିକୃଷ୍ଣ ପାତ୍ର, ଦୁର୍ଯ୍ୟୋଧନ ପାତ୍ର, ପ୍ରକାଶ ପଟ୍ଟନାୟକ, ସଭାପତି ସୀମାଞ୍ଚଳ ପାଣିଗ୍ରାହୀ, ଉପସଭାପତି ନବ ସାହୁ, ସହ ସମ୍ପାଦକ ସୀମାଞ୍ଚଳ ପଣ୍ଡା, କୋଷାଧ୍ୟକ୍ଷ ମଦନମୋହନ ନାୟକ, ବାଲାରାଜୁ ପାଢ଼ୀଙ୍କ ସହ ଶତାଧିକ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri