ପଟ୍ଟାଙ୍ଗୀରେ ମାଓବାଦୀ ପୋଷ୍ଟର

ପଟ୍ଟାଙ୍ଗୀ,୩ା୧୧(ଡି.ଏନ.ଏ.): ଆନ୍ଧ୍ର ସୀମାନ୍ତ କୋରାପୁଟ ଜିଲା ପଟ୍ଟାଙ୍ଗୀ ଅଞ୍ଚଳରେ ଗୁରୁବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ମାଓବାଦୀ ବ୍ୟାନର ଲାଗିବା ଅଞ୍ଚଳର ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।
ମିଳିଥିବା ସୂଚନା ମୁତାବକ, ଏହି ବ୍ଲକ ଅଞ୍ଚଳରେ ପ୍ରାୟ ୬ ବର୍ଷ ହେଲା ମାଓବାଦୀଙ୍କ ଗତିବିଧି ସହ ପୋଷ୍ଟର, ବ୍ୟାନର ଦେଖିବାକୁ ମିଳୁ ନ ଥିଲା। ଦୀର୍ଘ ବର୍ଷର ବ୍ୟବଧାନ ପରେ ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ପୁକାଲି ଛକରେ ଗୋଟିଏ ଲାଲ ରଙ୍ଗର ବ୍ୟାନର ଏବଂ ଏକ ଦୋକାନ କାନ୍ଥରେ ଲାଲ ରଙ୍ଗରେ ଲେଖାଥିବା ଦୁଇଟି ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ତେବେ ଏହା ପ୍ରକୃତରେ ମାଓବାଦୀଙ୍କ କାର୍ଯ୍ୟ କି ଅନ୍ୟ କେହି ଏପରି କରି ଲୋକଙ୍କ ମନରେ ଭୟ ସୃଷ୍ଟି ପାଇଁ ଉଦ୍ୟମ କରୁଛନ୍ତି ତାହା ପୋଲିସ ତଦନ୍ତ କରି ସ୍ପଷ୍ଟ କରିବାକୁ ସାଧାରଣରେ ଦାବି ହେଉଛି।

ମରାଯାଇଥିବା ପୋଷ୍ଟରରେ ଖଣି ଖନନ ଅଞ୍ଚଳରେ ହିଣ୍ଡାଲ୍‌କୋ, ମୈତ୍ରୀ କମ୍ପାନୀର ଦଲାଲ ଭାବେ କାମ କରୁଥିବା ଲୋକମାନଙ୍କୁ ଚେତାବନୀ ଦିଆଯାଇଛି। ଦଲାଲ କାମ ନ ଛାଡ଼ିଲେ ପ୍ରଜାକୋର୍ଟରେ ଦଣ୍ଡିତ କରାଯିବ ବୋଲି କୁହାଯାଇଛି। ବ୍ୟାନରରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ନାମ ଉଲ୍ଲେଖ ରହିଛି। ତଳେ ଓଡ଼ିଶା ରାଜ୍ୟ କମିଟି ସିପିଆଇ ମାଓବାଦୀ ଲେଖା ହୋଇଛି। ପୋଲିସ ବହୁ ବିଳମ୍ବରେ ଘଟଣାସ୍ଥଳରେ ପହଞ୍ଚି ଲାଗିଥିବା ପୋଷ୍ଟରକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri