ପୂର୍ବ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ ପାକିସ୍ତାନ! କାହାକୁ ସର୍ବସମ୍ମୁଖରେ ହତ୍ୟା ତ କାହାକୁ ହୋଇଛି ଫାଶି…

ଇସଲାମାବାଦ,୪।୧୧: ପାକିସ୍ତାନରେ ପୁଣି ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ ହେବା ପରେ ରାଜନେତାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ସାଧାରଣ ଲୋକ ତ ଦୂରର କଥା ଏହି ଦେଶ ରାଜନେତା ଏବଂ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ ବୋଲି ଚର୍ଚ୍ଚା ହେଉଛି। ବିଗତ ଦିନରେ ଘଟିଥିବା ସେଭଳି କିଛି ଘଟଣା ଏହାର ପ୍ରମାଣ।

ପାକିସ୍ତାନର ପ୍ରଥମ ପ୍ରଧାନମନ୍ତ୍ରୀ ଲିଆକତ ଅଲି ଖାଁଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ସେ ରାଓ୍ବଲପିଣ୍ଡିର କମ୍ପାନୀ ବାଗରେ ରାଲି କରୁଥିବା ବେଳେ ତାଙ୍କ ଛାତିରେ ତିନୋଟି ଗୁଳି ବାଜିଥିଲା। ପରେ ଏହି କମ୍ପାନୀ ବାଗ୍‌ର ନାମ ବଦଳାଇ ଲିଆକତ ବାଗ୍‌ ରଖିଦିଆଯାଇଥିଲା।

ଏହି ଲିଆକତ ବାଗ୍‌ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜିର ଭୁଟ୍ଟୋଙ୍କ ରାଲି ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ତାଙ୍କ ବ୍ୟତିତ ଅନ୍ୟ ୨୫ ଲୋକଙ୍କ ମୃତ୍ୟୁ ହୋଇଥିଲା। ୧୫ବର୍ଷୀୟ ବିଲାଲ ତାଙ୍କୁ ହତ୍ୟା କରିବା ଲାଗି ମାନବ ବୋମା ସାଜି ନିଜ ଜୀବନ ମଧ୍ୟ ନେଇଥିଲେ।

୧୦-୧୧ ନଭେମ୍ବର ୧୯୭୪ ଅଧାରାତିରେ ଲାହୋରର ଏକ ଗାଡି ଉପରେ ଆତତାୟୀମାନେ ଚାରିଆଡୁ ଗୁଳିଚାଳନା କରିଥିଲେ। ଏହି କାରକୁ ଅହମ୍ମଦ ରଜା କସୁରୀ ଚଳାଉଥିଲେ। ସାଙ୍ଗରେ ତାଙ୍କର ବାପା ଏବଂ ସ୍ତ୍ରୀ ଥିଲେ। ଆକ୍ରମଣରେ ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଆହତ ହୋଇଥିଲେ। ଏହି ଘଟଣାରେ ରଜା କସୁରୀ ତତ୍କାଳିନ ପ୍ରଧାନମନ୍ତ୍ରୀ ଜୁଲ୍‌ଫିକାର ଅଲି ଭୁଟ୍ଟୋଙ୍କ ଉପରେ ମାମଲା ରୁଜୁ କରିଥିଲେ। ପରେ ଜୁଲ୍‌ଫିକାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଫାଶି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri