ଦୁର୍ଘଟଣାରେ ୪ ମୃତ ଘଟଣା: ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ଏତଲା

କେନ୍ଦୁଝର,୫ା୧୧(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବଡ଼ପଶି ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା। ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଅବହେଳା, ଦାୟିତ୍ୱହୀନତା, ଖାମଖିଆଲ ମନୋଭାବ ଓ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ଏଭଳି ଦୁର୍ଘଟଣା ଗତ ୩ ତାରିଖରେ ଘଟିଥିଲା। ଏଥିପାଇଁ ଏନ୍‌ଏଚ୍‌ଏଆଇ ଓ ଠିକାଦାରଙ୍କୁ ଦାୟୀ କରି ସେମାନଙ୍କ ବିରୋଧରେ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ପାଇଁ ଘଷିପୁରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ଜଗବନ୍ଧୁ ମହାନ୍ତ ଦାବି କରିଛନ୍ତି। ଏନେଇ ସେ ଏସ୍‌ପି କେନ୍ଦୁଝର, ଏନ୍‌ଏଚ୍‌ଏଆଇ ତଥା ପୋଲିସ ମହାନିର୍ଦ୍ଦେଶକ, କେନ୍ଦ୍ର ରାସ୍ତା ଓ ପରିବହନ ସଚିବଙ୍କୁ ମଧ୍ୟ ଚିଠି କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ରାସ୍ତା ନିର୍ମାଣ କାମ ସରି ନ ଥିବାରୁ ଗୋଟିଏ ପାର୍ଶ୍ୱ ରାସ୍ତାରେ ଗାଡ଼ି ଚଳାଚଳ କରୁଥିବା ବେଳେ ସାବଧାନିକ ସୂଚନା କିମ୍ବା ବେଗ ନିୟନ୍ତ୍ରଣ ସୂଚନା ନ ଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି। ଏନେଇ ସଦର ଥାନାଧିକାରୀ ସୁନିଲ କର କହିଛନ୍ତି, ତାଙ୍କ ପାଖରେ ଏତଲା ପହଞ୍ଚିବା ପରେ ସେ ମତାମତ ଦେଇପାରିବେ। ରାସ୍ତା ଅବରୋଧ ନେଇ ଅନୁମତି ନିଆଯାଇଛି କି ନାହିଁ ଏବଂ ସେଭଳି କ୍ଷେତ୍ରରେ ଏନ୍‌ଏଚ୍‌ଏଆଇର ଗାଇଡ୍‌ଲାଇନ୍‌ ପାଳନ ହୋଇଛି କି ନାହିଁ ତଦନ୍ତ ହେବା ଜରୁରୀ ବୋଲି ଆଇନଜୀବୀ ସୁରଜ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri